Indus Valley Times

ସେପ୍ଟେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍‌: ହଟିଲା ସପ୍ତାହାନ୍ତ ସଟ୍‌ଡାଉନ୍‌

 Breaking News

ସେପ୍ଟେମ୍ବର ମାସ ପାଇଁ ନୂଆ ଗାଇଡଲାଇନ୍‌: ହଟିଲା ସପ୍ତାହାନ୍ତ ସଟ୍‌ଡାଉନ୍‌

August 31
15:58 2021

ଭୁବନେଶ୍ୱର,୩୧/୮: ସେପ୍ଟେମ୍ବର ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍ ଜାରି କରାଯାଇଛି । ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ୍ ଅନୁଯାୟୀ ସେପ୍ଟେମ୍ବର ୧ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ କୋଭିଡ୍ ନିୟମ ବଳବତ୍ତର ରହିବ । ରାଜ୍ୟର ୩ ସହରରେ ଲାଗୁ ହୋଇଥିବା ସପ୍ତାହାନ୍ତ ସଟ୍ଡାଉନ୍କୁ ହଟାଯାଇଛି ।
ଏଣିକି କୌଣସି ସହରାଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ସପ୍ତାହାନ୍ତ ସଟ୍ଡାଉନ୍ ଲାଗୁହେବ ନାହିଁ । ବିବାହ କାର‌୍ୟ୍ୟରେ ଏଣିତି ୨୫୦ ଜଣ ଉପସ୍ଥିତ ରହିପାରିବେ । ଏହା ସହିତ ସୁଦ୍ଧିକ୍ରିୟାରେ ମଧ୍ୟ ୨୫୦ ଜଣ ରହିବା ନେଇ ଗାଇଡଲାଇନ୍ ଜାରି କରିଛନ୍ତି ଏସ୍ଆର୍ସି ପ୍ରଦୀପ ଜେନା ।
ସାରା ରାଜ୍ୟରେ ସକାଳ ୫ଟାରୁ ରାତି ୧୦ଟା ଯାଏ ଦୋକାନ ବଜାର ଖୋଲା ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।ରାତି ୧୦ଟାରୁ ଭୋର ୫ଟା ଯାଏଁ ରାଜ୍ୟର ସମସ୍ତ ପୌରାଞ୍ଚଳରେ ନାଇଟ୍କର୍ଫ୍ୟୁ ଜାରି ରହିବ । କେବଳ ଜରୁରୀ ସେବା ବ୍ୟତିତ ସାଧାରଣ ଯାଆସ ଉପରେ କଟକଣା ବଳବତ୍ତର ରହି । ପୂର୍ଣ୍ଣ କ୍ଷମତାରେ ଚାଲିପାରିବ ସିନେମା ହଲ । ରେଷ୍ଟୁରାଣ୍ଟ, ମଲ, ସିନେମା ହଲ, ଧାର୍ମିକ ସ୍ଥଳୀ କରୋନା କଟକଣା ମାନି ପୂର୍ବଭଳି ଜାରି ରହିବ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031