Indus Valley Times

ସ୍କୁଲ ଖୋଲିବା ପୂର୍ବରୁ ହଷ୍ଟେଲ ଖୋଲିବାକୁ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ଉଚ୍ଚଶିକ୍ଷା ବିଭାଗର ଚିଠି

 Breaking News

ସ୍କୁଲ ଖୋଲିବା ପୂର୍ବରୁ ହଷ୍ଟେଲ ଖୋଲିବାକୁ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ଉଚ୍ଚଶିକ୍ଷା ବିଭାଗର ଚିଠି

ସ୍କୁଲ ଖୋଲିବା ପୂର୍ବରୁ ହଷ୍ଟେଲ ଖୋଲିବାକୁ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକୁ ଉଚ୍ଚଶିକ୍ଷା ବିଭାଗର ଚିଠି
February 04
15:48 2022

ଭୁବନେଶ୍ୱର, ୪/୨: ଆସନ୍ତା ୭ ତାରିଖରୁ ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ଗୁଡ଼ିକୁ ୬ ତାରିଖରୁ ହଷ୍ଟେଲ ଗୁଡ଼ିକୁ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି ଓ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।
ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ କଲେଜ ମଧ୍ୟ ରହିଛି।
ସେହିପରି ଫେବ୍ରୁଆରୀ ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ତେବେ ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍ ମାଧ୍ୟମରେ ହୋଇପାରିବ। ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031