Indus Valley Times

ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା !

 Breaking News

ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା !

ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତିଙ୍କ ଆତ୍ମହତ୍ୟା !
September 02
16:15 2022

କଟକ, ୨/୯: ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ ଆତ୍ମହତ୍ୟା କରିଛନ୍ତି । ଶୁକ୍ରବାର କଟକର ସିଡିଏ ସେକ୍ଟର -୯ ସ୍ଥିତ ସରକାରୀ ଘରେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି ।
ମିଳିଥିବା ସୂଚନା ମୁତାବକ ତାଙ୍କୁ ସିଡିଏର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଥିବାବେଳେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ତେବେ ବିଚାରପତି ଜଣକ ଗତ ୨ ଦିନ ହେବ ଛୁଟିରେ ଥିଲେ । ଶୁକ୍ରବାର ସେ କାର୍ଯ୍ୟରେ ଯୋଗ ଦେବାର ଥିଲା । କିନ୍ତୁ ଆଜି ବି ସେ ଛୁଟି ନେଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031