Indus Valley Times

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

 Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼
January 29
14:08 2023

ଭୁବନେଶ୍ୱର,୨୯ ।୧: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼। ତିନି ରାଉଣ୍ଡ ଗୁଳି ତାଙ୍କ ମନ୍ତ୍ରୀଙ୍କ ଛାତି ରେ ବାଜିଛିଥିବା ସୂଚନା ମିଳିଛି । ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଦୁର୍ବୃତ୍ତ ଆଜି ଗୁଳିମାଡ଼ କରିଛି। ତାଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମନ୍ତ୍ରୀ ନବ ଦାସଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।
ଏନେଇ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ କହିଛନ୍ତି ଯେ ଗାନ୍ଧୀଛକ ଫାଣ୍ଡିରେ ପୁଲିସ କର୍ମୀ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼ କରିଛନ୍ତି। ଅଭିଯୁକ୍ତଙ୍କୁ କାବୁ କରାଯାଇଛି। ତାଙ୍କୁ ରିଭଲଭର ଇସ୍ୟୁ ହୋଇଥିଲା। ସେ ଜଣେ ଏଏସଆଇ ଭାବେ କାର‌୍ୟ୍ୟରତ। ହେଲେ କେଉଁ କାରଣରୁ ସେ ଗୁଳି ଚାଳନା କରିଛନ୍ତି, ତାହା ଜଣାପଡ଼ିନାହିଁ।
ଏଏସଆଇ ଗୋପାଳ ଦାସ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସାମ୍ନାକୁ ଆସି ୫ ରାଉଣ୍ଡ ଗୁଳି ଚଳାଇଥିଲେ। ହେଲେ ମନ୍ତ୍ରୀଙ୍କ ଦେହରେ ୩ଟି ଗୁଳି ବାଜିଥିଲା।
ସୂଚନାଥାଉ କି, କିଛିଦିନ ପୂର୍ବେ ମନ୍ତ୍ରୀ ନବ ଦାସ ଶନି ମନ୍ଦିରକୁ ସୁବର୍ଣ୍ଣ କଳସ ଦାନ କରି ଚର୍ଚ୍ଚାରେ ଥିଲେ। ଏହି ସୁବର୍ଣ୍ଣ କଳସର ମୂଲ୍ୟ ପ୍ରାୟ ୧ କୋଟି ଟଙ୍କା ହେବ। ମହାରାଷ୍ଟ୍ରର ଶନି ଶିଙ୍ଗନାପୁର ମନ୍ଦିରକୁ ୧ କେଜି ୭ ଶହ ଗ୍ରାମର ସୁନା ଓ ୫ କେଜି ରୂପାରେ ନିର୍ମିତ କଳସ ଦାନ କରିଥିଲେ। ନବ ଦାସ ନିଜ ପରିବାର ସହ ଶନି ଶିଙ୍ଗନାପୁର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031