Indus Valley Times

ହୀରାକୁଦ ଜଳଭଣ୍ଡାରରେ ଖୋଲିଲା ଆଉ ୨ଟି ଗେଟ୍‌, ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

 Breaking News

ହୀରାକୁଦ ଜଳଭଣ୍ଡାରରେ ଖୋଲିଲା ଆଉ ୨ଟି ଗେଟ୍‌, ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ହୀରାକୁଦ ଜଳଭଣ୍ଡାରରେ ଖୋଲିଲା ଆଉ ୨ଟି ଗେଟ୍‌, ମୋଟ୍ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
September 21
09:10 2021

ସମ୍ବଲପୁର ୨୧/୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସିତ ହୋଇଛି । ବାମ ପାର୍ଶ୍ବରେ ୯ ଏବଂ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
ତେବେ ଜଳଭଣ୍ଡାର ଇନଫ୍ଲୋ ବଢିବା ସହ ଜଳସ୍ତର ବଢିବାରୁ ଏପରି ନିଷ୍ପତ୍ତି ନେଇଛନ୍ତି ଡ୍ୟାମ କର୍ତ୍ତୃପକ୍ଷ । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୯.୫୮ ଫୁଟ । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୧ଲକ୍ଷ ୮୬ହଜାର ୨୭୯ କ୍ୟୁସେକ ଜଳ । ସେହିଭଳି ପ୍ରତି ସେକେଣ୍ଡରେ ୨ଲକ୍ଷ ୧୬ହଜାର ୭୯୪ କ୍ୟୁସେକ ଜଳ ଛଡାଯାଉଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031