Indus Valley Times

୧୦୬ ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

 Breaking News

୧୦୬ ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

୧୦୬ ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ
April 17
20:12 2022

କିଶୋର ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୧୭/୪: ପୁର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ଏକ ଉତ୍ସବ ରେ ୧୦୬ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି।
ନୟାଗଡ଼ ମ୍ୟୁନିସିପାଲଟି ଅଧ୍ୟକ୍ଷା ନିରୁପମା ଖଟେଇ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା ଓ ସମସ୍ତ କାଉନସିଲର ଯୋଗଦେଇଥିବା ବେଳେ ମୁଖ୍ୟଅତିଥି ଭାବେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେଇ ସମସ୍ତ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ।
ନିର୍ବାହୀ ଅଧିକାରୀ ଶ୍ବାତୀ ମିଶ୍ର ଆବାସ ଯୋଜନା ବିବରଣୀ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଆବାସ ବିଶେଷଜ୍ଞ ନିଗମ ମହାପାତ୍ର, ଗଜେନ୍ଦ୍ର ମହାରଣା ଓ ଶିଶିର ମହାପାତ୍ର ପ୍ରମୁଖ ପରିଚାଳନା କରିଥିଲେ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031