Indus Valley Times

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ବସ୍ ଚଳାଚଳ ପ୍ରଭାବିତ

 Breaking News

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ବସ୍ ଚଳାଚଳ ପ୍ରଭାବିତ

୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ବସ୍ ଚଳାଚଳ ପ୍ରଭାବିତ
March 25
11:07 2023

କଣ୍ଟାବାଞ୍ଜି,୨୫/୩: ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି।
ଏଠାରେ ଆଜି ସକାଳ ୬ରୁ ସନ୍ଧ୍ୟା ୬ ପର‌୍ୟ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ ହେଉଛି। ଆଜି ସକାଳୁ ସକାଳୁ ବନ୍ଦର ପ୍ରଭାବ ପରିଲକ୍ଷିତ ହେଉଛି। କଣ୍ଟାବାଞ୍ଜିରେ ଯାନବାହନ ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ଏହାଛଡ଼ା ବ୍ୟାଙ୍କ, ସରକାରୀ ବେସରକାରୀ କାର‌୍ୟ୍ୟାଳୟ, ସ୍କୁଲ, କଲେଜ ମଧ୍ୟ ବନ୍ଦ ରହିବ ବୋଲି କୁହାଯାଇଛି।
ତୁରେକେଲା, ମୁରିବାହାଲ, ବଙ୍ଗୋମୁଣ୍ଡା ମଧ୍ୟ ଏହି ଦାବିକୁ ସମର୍ଥନ କରି ବନ୍ଦ ପାଳନ କରିଛି। ଜରୁରୀ କାଳୀନ ସେବା ଏବଂ ଯେଉଁ ସ୍କୁଲ କଲେ ରେ ପରୀକ୍ଷା ଚାଲୁଛି ତାହାକୁ ବନ୍ଦରୁ ବାଦ ଦିଆଯାଇଛି। ବନ୍ଦ ପାଳନରେ ସହରର ବିଭିନ୍ନ ସଂଗଠନ ଏବଂ ରାଜନୈତିକ ଦଳ ବି ସାମିଲ ହୋଇଥିବା ଜଣାଯାଇଛି। ଆଜି ସକାଳେ ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦକୁ ସମର୍ଥନ ଦେବାକୁ ଅନୁରୋଧ କରୁଛନ୍ତି। ଏହାଫଳରେ ଯାତାୟତରେ ଅସୁବିଧା ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ ୧୯୯୨ ମସିହାରୁ କଣ୍ଟାବାଞ୍ଜିକୁ ଜିଲ୍ଲା ମାନ୍ୟତା ଦେବା ଲାଗି ଦାବି ହୋଇଆସୁଛି। ଜିଲ୍ଲା ଦାବି ନେଇ ଗତବର୍ଷ ନଭେମ୍ବର ୨୪ ତାରିଖ ଦିନ ବି ବନ୍ଦ ଡାକରା ଦିଆଯାଇଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031