Indus Valley Times

୨୪ରେ ବାତ୍ୟାର ରୂପ ନେବ ‘ନିଭାର’

 Breaking News

୨୪ରେ ବାତ୍ୟାର ରୂପ ନେବ ‘ନିଭାର’

୨୪ରେ ବାତ୍ୟାର ରୂପ ନେବ ‘ନିଭାର’
November 23
10:52 2020

ଭୁବନେଶ୍ୱର,୨୩/୧୧: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି । ୨୪ ତାରିଖରେ ‘ନିଭାର’ ବାତ୍ୟା ରୂପ ନେବ ବୋଲି ଅନୁମାନ କରାଯାଉଛି ।
ସୂଚନା ଅନୁଯାୟୀ, ୨୫ ତାରିଖ ମଧ୍ୟାହ୍ନରୁ ଅପରାହ୍ଣ ମଧ୍ୟରେ ପୁଡୁଚେରି ଓ ତାମିଲନାଡୁ ମଧ୍ୟ ଦେଇ ଏହି ସାମୁଦ୍ରିକ ଝଡ଼ ଅତିକ୍ରମ କରିବ । ତେବେ ଏହା ଓଡ଼ିଶା ମୁହାଁ ହେଉନି ବରଂ ତାମିଲନାଡ଼ୁ ଦେଇ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହା ପ୍ରଭାବରେ ୨୫ରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଏବଂ ୨୬ରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଏବଂ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହାସହ ଆସନ୍ତା ୨୮ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସଷ୍ଟି ହୋଇ ୩୦ରେ ଲଘୁଚାପର ରୂପ ନେବ ବୋଲି ଅନୁମାନ କରିଛନ୍ତି ପାଣିପାଗବିତ୍ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031