Indus Valley Times

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୮ କୋଭିଡ୍ ପଜିଟିଭ୍,୪୮୮ ଜଣ ସ୍ଥାନୀୟ ସଂକ୍ରମିତ

 Breaking News

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୮ କୋଭିଡ୍ ପଜିଟିଭ୍,୪୮୮ ଜଣ ସ୍ଥାନୀୟ ସଂକ୍ରମିତ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୭୮ କୋଭିଡ୍ ପଜିଟିଭ୍,୪୮୮ ଜଣ ସ୍ଥାନୀୟ ସଂକ୍ରମିତ
July 22
11:29 2022

ଭୁବନେଶ୍ବର, ୨୨/୭: ଗତକାଲି ୧୧୯୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୮୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରେ ୧୪୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୧୧୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ଗୋଟିଏ ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୧୮ ଜଣ, ବରଗଡ଼ରୁ ୩୧, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୧୧ଜଣ, ବୌଦ୍ଧରୁ ୧୯ ଜଣ, କଟକରୁ ୧୦୪ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୨ ଜଣ, କନ୍ଧମାଳରୁ ୧୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦୁଝରରୁ ୧୨, ଖୋର୍ଦ୍ଧା ଜିଲ୍ଲାରୁ ୨୫୨, କୋରାପୁଟ ଜିଲ୍ଲାରୁ ୧୩ ଜଣ, ମୟୂରଭଞ୍ଜରୁ ୯୭ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୩୦ ଜଣ, ନୂଆପଡ଼ାରୁ ୧୩ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୨୩ ଜଣ, ସମ୍ବଲପୁରରୁ ୧୧୧ ଜଣ, ସୋନପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୯୪ ଜଣ ଓ ଷ୍ଟେଟପୁଲରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୪, ୩୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୭, ୯୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୨୪୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930