Indus Valley Times

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୮ ବର୍ଷ ବୟସ ମଧ୍ୟରେ ୨ ଜଣ

 Breaking News

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୮ ବର୍ଷ ବୟସ ମଧ୍ୟରେ ୨ ଜଣ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୮ ବର୍ଷ ବୟସ ମଧ୍ୟରେ ୨ ଜଣ
June 18
11:00 2022

ଭୁବନେଶ୍ୱର, ୧୮/୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ୨ଜଣ, ଖୋର୍ଦ୍ଧା ଜିଲ୍ଲା ୨୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୮୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୩୬୮୫୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031