Indus Valley Times

୨୫ତାରିଖ ଆଡ଼କୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି: ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

 Breaking News

୨୫ତାରିଖ ଆଡ଼କୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି: ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୨୫ତାରିଖ ଆଡ଼କୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି: ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
September 21
11:52 2021

ଭୁବନେଶ୍ବର,୨୧/୯: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ସୋମବାର ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି। ଆଜି ରାଜ୍ୟର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଅପରପକ୍ଷେ ଆସନ୍ତା ୨୫ତାରିଖ ଆଡ଼କୁ ପୂର୍ବ-କେନ୍ଦ୍ରୀୟ ତଥା ତତ୍ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ୪୮ ଘଣ୍ଟା ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ଫଳରେ ରାଜ୍ୟରେ ଆସନ୍ତା ୨୬ତାରିଖରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ ବୋଲି କେନ୍ଦ୍ର କହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031