Indus Valley Times

୩୭ ଜଣ ଶିଶୁ ଓ କିଶୋର ସମେତ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ

 Breaking News

୩୭ ଜଣ ଶିଶୁ ଓ କିଶୋର ସମେତ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ

November 20
10:52 2021

ଭୁବନେଶ୍ୱର, ୨୦/୧୧: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ଶନିବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୪ ଜଣ,ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୭ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୭୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୯୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031