Indus Valley Times

୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ବି ଲାଗିଲା କଟକଣା

 Breaking News

୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ବି ଲାଗିଲା କଟକଣା

୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ, ସୋସିଆଲ୍ ମିଡିଆ ଉପରେ ବି ଲାଗିଲା କଟକଣା
April 13
10:48 2023

ସମ୍ବଲପୁର,୧୩/୪: ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ, ଆଜି ସକାଳ ୧୦ଟାରୁ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ। ଏହାସହ ସମସ୍ତ ସୋଶାଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଛି। ଏହାସହ ସୋଶାଲ ମିଡିଆ ମେସେଜିଂ ସର୍ଭିସ ଉପରେ ମଧ୍ୟ କଟକଣା ଜାରି କରାଯାଇଛି।
ଗତକାଲି ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ଦୁଇଗୋଷ୍ଠୀ ଭିତରେ ଗଣ୍ଡଗୋଳ ହୋଇଥିଲା। ଏହାକୁ ଅଟକାଇବାକୁ ଚେଷ୍ଟା କରିବା ବେଳେ ପୁଲିସ ଉପରେ ଉତ୍ତ୍ୟକ୍ତ ଲୋକମାନେ ପଥର ମାଡ଼ କରିଥିଲେ।
ଏହି ଘଟଣାପରେ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାସହ ସହରର ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ବିଭିନ୍ନ ଛକରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ସମ୍ବଲପୁରରେ ହନୁମାନ ଜୟନ୍ତୀ ପାଇଁ ବାଇକ ରାଲି ଶୋଭାଯାତ୍ରା ବେଳେ ପୁଲିସକୁ ପଥର ମାଡରେ ଅତିରିକ୍ତ ଏସ୍ ପି ଓ ଧନୁପାଲି ଆଇଆଇସିଙ୍କ ସମେତ ୧୦ଜଣ ପୁଲିସ କର୍ମଚାରୀ ଆହତ ହୋଇଥିଲେ। ଏହି ଘଟଣାରେ ପୁଲିସ ୨୫ରୁ ଅଧିକ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031