Legatus

୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କୁ ଛୁଟିଲା ଶୁଭେଚ୍ଛାର ସୁ୍ଅ

 Breaking News

୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କୁ ଛୁଟିଲା ଶୁଭେଚ୍ଛାର ସୁ୍ଅ

୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ମହାମହିମଙ୍କୁ ଛୁଟିଲା ଶୁଭେଚ୍ଛାର ସୁ୍ଅ
June 20
11:04 2024

ନୂଆଦିଲ୍ଲୀ/ଭୁବନେଶ୍ବର,, ୨୦/୬ : ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।
ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର‌୍ୟ୍ୟନ୍ତ ପାଠ ପଢ଼ିଥିଲେ ।
ଏହାପରେ ଅଧିକ ଅଧ୍ୟୟନ ପାଇଁ ଭୁବନେଶ୍ବର ଆସି ୟୁନିଟ୍-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର‌୍ୟ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ ।
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31