Indus Valley Times

୭୧ ବର୍ଷରେ ପଦାର୍ପଣ କଲେ ପ୍ରଧାନମନ୍ତ୍ରୀ

 Breaking News

୭୧ ବର୍ଷରେ ପଦାର୍ପଣ କଲେ ପ୍ରଧାନମନ୍ତ୍ରୀ

September 17
12:02 2021

ନୂଆଦିଲ୍ଲୀ,୧୭/୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଆଜି ଜନ୍ମଦିନ । ୭୧ ବର୍ଷରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦି। ଏହି ଅବସରରେ ଆଜି ସେବା ଓ ସମର୍ପଣ ଅଭିଯାନ ଆରମ୍ଭ କରାଯିବ।
୨୦୧୪ ମସିହା ପରଠାରୁ ବିଜେପି ପକ୍ଷରୁ ଆଜିର ଦିନକୁ ସେବା ଦିବସ ଭାବେ ପାଳନ କରାଯାଉଛି । ରେକର୍ଡ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଯେଉଁମାନେ ଟିକା ନେଇ ନାହାନ୍ତି ସେମାନେ ଟିକାକରଣରେ ସାମିଲ ହେବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଅପିଲ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ ବିଭିନ୍ନ ସାମାଜିକ କାର‌୍ୟ୍ୟକ୍ରମର ଆୟୋଜନ କରାଯାଇଛି। ସେପଟେ ଉତ୍ତରପ୍ରଦେଶର ବାରାଣସୀରେ ଧୂମଧାମରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରାଯାଇଛି। ଏହି ଅବସରରେ ବିଜେପି କର୍ମୀ ଓ ପ୍ରଶଂସକମାନେ ଦୀପଦାନ କରିବା ସହ ୭୧କେଜିର ଲଡୁ ବଣ୍ଟନ କରିଛନ୍ତି । ଆଜି ୭୧ଟି ମନ୍ଦିରରେ ଦୀପ ପ୍ରଜ୍ୱଳନ କରାଯିବା ସହ ରୁଦ୍ରାଭିଷେକ କରାଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ ସମର୍ଥକ କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930