Indus Valley Times

୯୨ ବର୍ଷରେ ପାଦ ଦେଲେ ସ୍ୱର ସାମାଜ୍ଞ୍ରୀ ଲତା ମଙ୍ଗେସକର

 Breaking News

୯୨ ବର୍ଷରେ ପାଦ ଦେଲେ ସ୍ୱର ସାମାଜ୍ଞ୍ରୀ ଲତା ମଙ୍ଗେସକର

୯୨ ବର୍ଷରେ ପାଦ ଦେଲେ ସ୍ୱର ସାମାଜ୍ଞ୍ରୀ ଲତା ମଙ୍ଗେସକର
September 28
10:28 2021

ମୁମ୍ବାଇ, ୨୮/୯: ତାଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ, ତାଙ୍କ କଣ୍ଠ ହିଁ ତାଙ୍କର ପରିଚୟ । ତାଙ୍କ ଗୀତ ବାଜିଲେ ଆଖି ବନ୍ଦ କରି ବି ଜଣେ କହିଦେବେ । ତାଙ୍କ ନାଁ ସେ ହେଉଛନ୍ତି କୋକିଳ କଣ୍ଠୀ, ସେ ହେଉଛନ୍ତି ସ୍ୱର ସମ୍ରାଜ୍ଞୀ, ତାଙ୍କ ସ୍ୱରରେ ବିଜେ କରିଛନ୍ତି ମା’ ସରସ୍ୱତୀ ।
ସତରେ ତାଙ୍କ ସ୍ୱରରେ ଏମିତି କିଛି ଯାଦୁ ରହିଛି, ଯେଉଁଥିପାଇଁ ଏବେ ବି ତାଙ୍କ ଗୀତ ଶୁଣିବାକୁ ଲୋକମାନଙ୍କ ମଧ୍ୟରେ ସେହି ଜୋଶ ଦେଖିବାକୁ ମିଳେ । ସେ ଆଉ କେହି ନୁହନ୍ତି ସେ ହେଉଛନ୍ତି ଆମ ସମସ୍ତଙ୍କର ପ୍ରିୟ, ଭାରତ ରତ୍ନ ଲତା ମଙ୍ଗେସକର । ଆଜି ହେଉଛି ଲତା ମଙ୍ଗେସକରଙ୍କ ଜନ୍ମଦିନ । ଆଜିର ଦିନରେ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ଲତା ମଙ୍ଗେସକର ।
ଲତା ମଙ୍ଗେସକର ୧୯୨୯ ମସିହା ସେପ୍ଟେମ୍ବର ୨୮ ତାରିଖରେ ମଧ୍ୟପ୍ରଦେଶର ଇନ୍ଦୋର ସହରରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଦିନାନାଥ ମଙ୍ଗେସକର ଜଣେ ଶାସ୍ତ୍ରୀୟ ସଙ୍ଗୀତ ଗାୟକ ଓ ଥିଏଟର କଳାକାର ଥିଲେ । ପିଲା ବେଳୁ ହିଁ ସଙ୍ଗୀତ ପ୍ରତି ମନ ବଳାଇଥିଲେ ଲତା ।
ତାଙ୍କ ସହ ତାଙ୍କ ଭାଇ ଓ ଭଉଣୀମାନେ ମଧ୍ୟ ଗୀତ ଶିଖୁଥିଲେ । ହେଲେ ଲତାଙ୍କୁ ୧୩ ବର୍ଷ ବୟସ ହୋଇଥିବା ବେଳେ ହୃଦଘାତରେ ତାଙ୍କ ବାପାଙ୍କ ଦେହାନ୍ତ ହୋଇଥିଲା । ଆଉ ପରିବାର ଚଳାଇବା ପାଇଁ ଶେଷରେ ୧୯୪୨ ମସିହାରେ ସଙ୍ଗୀତ ଜଗତରେ ପାଦ ଦେଇଥିଲେ ଲତା ମଙ୍ଗେସକର ।
୧୯୪୨ରୁ ୧୯୪୮ ମସିହା ମଧ୍ୟରେ ଲତା ମଙ୍ଗେସକର ହିନ୍ଦି ଓ ମରାଠୀ ଭାଷାରେ ୮ଟି ସଙ୍ଗୀତରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ଏହାପରେ ମଜବୁର, ବେଦର୍ଦ ଭଳି ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇ ପରିଚିତ ହେବା ପରେ ପୂରା ସଙ୍ଗୀତ ଜଗତରେ ଛାଇ ଯାଇଥିଲେ ଲତା ମଙ୍ଗେସକର ।
୧୯୬୩ ମସିହାରେ ହୋଇଥିବା ଭାରତ-ଚୀନ ଯୁଦ୍ଧ ସମୟରେ ଲତାଙ୍କ ଗୀତ ‘ଏ ମେରେ ବତନ କେ ଲୋଗୋଁ’ ଅନେକ ଲୋକଙ୍କ ମନକୁ ଛୁଇଁଥିଲା । ସେତେବେଳର ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁ ଏହି ଗୀତ ଶୁଣି ଭାବବିହ୍ୱଳ ହୋଇପଡିଥିଲେ । ଏହି ଗୀତ ପାଇଁ ତାଙ୍କୁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା ।
ଏହାପରେ ଲତା ମଙ୍ଗେସକର ‘ଲଗଜା ଗଲେ’, ‘ପ୍ୟାର କା ନଗମା’, ‘ସିସା ହୋ ୟା ଦିଲ’, ‘ତେରେ ବିନା ଜିନ୍ଦେଗୀ ସେ କୋଇ ସିଖବା ନେହିଁ’ ଭଳି ଗୀତ ଗାଇ ଘରେ ଘରେ ପରିଚିତ ହୋଇଥିଲେ ।
ନିଜ କ୍ୟାରିୟର ଭିତରେ ଭାରତୀୟ ସିନେମାକୁ ଅନେକ ସଙ୍ଗୀତ ଭେଟି ଦେଇଛନ୍ତି ଲତା ମଙ୍ଗେସକର । କେବଳ ହିନ୍ଦି ନୁହେଁ ଅନ୍ୟ ଆଞ୍ଚଳିକ ଗୀତରେ କଣ୍ଠଦାନ କରି ସେ ପ୍ରସିଦ୍ଧି ଲାଭ କରିଛନ୍ତି । ସଙ୍ଗୀତରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ସେ ଅନେକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ଲତା ମଙ୍ଗେସକର ହେଉଛନ୍ତି ଭାରତୀୟ ସଙ୍ଗୀତ ଜଗତର ଜୀବନ୍ତ କିମ୍ବଦନ୍ତୀ । ସଙ୍ଗୀତ ଜଗତରେ ତାଙ୍କର ଅତୁଳନୀୟ ଅବଦାନ ରହିଛି, ଯାହା ଆମ ସମସ୍ତଙ୍କୁ ଜଣା ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031