Indus Valley Times

ୱାୟନାଡ ଭୂସ୍ଖଳନରେ ନିଖୋଜ ଥିବା ଡାକ୍ତରଙ୍କ ମିଳିଲା ମୃତଦେହ

 Breaking News

ୱାୟନାଡ ଭୂସ୍ଖଳନରେ ନିଖୋଜ ଥିବା ଡାକ୍ତରଙ୍କ ମିଳିଲା ମୃତଦେହ

July 31
17:03 2024

ଓଡ଼ିଶା, ୩୧/୭ : କେରଳ ଭୂସ୍ଖଳନରେ ଓଡ଼ିଆ ଡାକ୍ତର ବିଷ୍ଣୁ ପ୍ରସାଦ ଚିନାରାଙ୍କ ମୃତ୍ୟୁ ହୋଇଛି । ଡାକ୍ତର ବିଷ୍ଣୁ ପ୍ରସାଦଙ୍କ ମୃତଦେହ ମିଳିଥିବା ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ବିଷ୍ଣୁଙ୍କ ମୃତ୍ୟୁ ନେଇ ପରିବାର ପକ୍ଷରୁ କିନ୍ତୁ କୌଣସି ସୂଚନା ମିଳିନାହିଁ। ଏବେ ବି ନିଖୋଜ ଅଛନ୍ତି ବିଷ୍ଣୁ ପ୍ରସାଦଙ୍କ ବନ୍ଧୁ ସ୍ୱାଧୀନ ପଣ୍ଡା।
ଏହି ଖବର ହସ୍ତଗତ ହେବା ପରେ କେରଳ ଅଭିମୁଖେ ବାହାରିଛି ଓଡ଼ିଶା ଅଧିକାରୀଙ୍କ ଏକ ଟିମ୍। ଓଡ଼ିଶା ପରିବାର ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାୟଙ୍କ ନେତୃତ୍ୱରେ ଟିମ୍ କେରଳ ଯାଇଥିବା ରାଜସ୍ବ ମନ୍ତ୍ରୀ କହିଛନ୍ତି।
ଡାକ୍ତର ବିଷ୍ଣୁ ପ୍ରସାଦ ଓ ତାଙ୍କ ଅଧ୍ୟାପିକା ପତ୍ନୀ ପ୍ରିୟଦର୍ଶିନୀ ପାଲ ଓ ଡାକ୍ତର ସ୍ଵାଧୀନ ପଣ୍ଡା ଓ ପତ୍ନୀ ସ୍ୱୀକୃତି ମହାପାତ୍ର ଗତ ୨୬ ତାରିଖରେ ବାଙ୍ଗାଲୁରୁ ବୁଲିବା ପାଇଁ ଯାଇଥିଲେ। ସେମାନେ ସେଠାରୁ କେରଳ ଯାଇ ୱାଇନାଡର ଲିନରା ଭିଲ୍ଲାରେ ରହିଥିଲେ।
ସୋମବାର ରାତିରେ କେରଳର ୱାୟନାଡ଼ର ମେପାଡ଼ି ପାହାଡ଼ ଭୂସ୍ଖଳନ ହେବା ଯୋଗୁ ମାଟି ମିଶା ବନ୍ୟା ପାଣି ବିଭିନ୍ନ ଜନବସତୀ ଅଞ୍ଚଳକୁ ମାଡ଼ି ଆସିଥିଲା। ଫଳରେ ସମସ୍ତେ ପାଣିର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଉକ୍ତ ସମୟରେ ଉଭୟ ଡାକ୍ତର ବିଷ୍ଣୁ ପ୍ରସାଦ ଓ ସ୍ୱାଧୀନ ନିଜ ପତ୍ନୀଙ୍କ ସହ ପାଣିର ପ୍ରଖର ସ୍ରୋତରେ ଭାସି ଯାଇଥିଲେ।
ସଙ୍ଗେସଙ୍ଗେ ପ୍ରିୟଦର୍ଶିନୀ ପାଲ ଓ ସ୍ୱୀକୃତି ମହାପାତ୍ରଙ୍କୁ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଏବେ କେରଳର ଏକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମାତ୍ର ବିଷ୍ଣୁ ପ୍ରସାଦ ଓ ସ୍ଵାଧୀନଙ୍କ ପତ୍ତା ମିଳି ପାରୁ ନ ଥିବା ବେଳେ ଆଜି ବିଷ୍ଣୁ ପ୍ରସାଦଙ୍କ ମୃତଦେହ ଉଦ୍ଧାର ହୋଇଛି।
କେରଳର ୱାୟନାଡ଼ର ମେପାଡ଼ି ପାହାଡ଼ ଭୂସ୍ଖଳନ ଘଟଣାରେ ମୃତ୍ୟୁ ସଂଖ୍ୟା ୧୫୬ ଟପିଲାଣି। ଶତାଧିକ ଲୋକ ମାଟି ଅତଡ଼ା ତଳେ ଚାପି ହୋଇ ରହିଥିବାରୁ, ଆଗକୁ ମୃତାହତଙ୍କସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930