Indus Valley Times

ବିଜୁ ଏକ୍ସପ୍ରେସ ଓ୍ଵେ ଲୋକାର୍ପିତ, ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପକୁ ଶୁଭ ଦେଲେ

 Breaking News

ବିଜୁ ଏକ୍ସପ୍ରେସ ଓ୍ଵେ ଲୋକାର୍ପିତ, ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପକୁ ଶୁଭ ଦେଲେ

ବିଜୁ ଏକ୍ସପ୍ରେସ ଓ୍ଵେ ଲୋକାର୍ପିତ, ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପକୁ ଶୁଭ ଦେଲେ
March 05
19:13 2023

ଭୁବନେଶ୍ଵର,୫/୩: ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ ସାରା ରାଜ୍ୟରେ ପାଳିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ‘ବିଜୁ ଏକ୍ସପ୍ରେସ୍ ଓ୍ଵେ’ ଏବଂ ବରଗଡ଼ ଜିଲ୍ଲା ସୋହେଲା ଠାରୁ କଳାହାଣ୍ଡି ଜିଲ୍ଲା ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି ।
ଏହା ସହିତ ସେ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ମହିଳା ସଶକ୍ତିକରଣର କର୍ଣ୍ଣଧାର ବିଜୁବାବୁଙ୍କ ଜୟନ୍ତୀ ଅବସରରେ ବରଗଡ, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ମିସନ ଶକ୍ତି ମା’ମାନଙ୍କୁ ୪୨ କୋଟି ଟଙ୍କାର ଋଣ ସହାୟତା ତଥା ସୁଧ ରିହାତି ମଧ୍ୟ ପ୍ରଦାନ କରିଛନ୍ତି ।
ଏହି ଅବସରରେ ଆୟୋଜିତ ସମାବେଶଗୁଡ଼ିକରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ବିଜୁ ଏକ୍ସପ୍ରେସ୍ ଓ୍ଵେ’ କେବଳ ଏକ ରାସ୍ତା ନୁହେଁ। ଏହା ହେଉଛି ଏ ଅଞ୍ଚଳର ଜୀବନ ରେଖା । ଏହି ଏକ୍ସପ୍ରେସ୍ ୱେ କେବଳ ଏ ଅଞ୍ଚଳ ନୂହେଁ। ସାରା ଓଡ଼ିଶା ପାଇଁ ବିକାଶର ନୂଆ ଇତିହାସ ଲେଖିବ।
‘ବିଜୁ ଏକ୍ସପ୍ରେସ୍ ଓ୍ଵେ’ ଏ ଅଞ୍ଚଳ ପାଇଁ ଅନେକ ସୁଯୋଗ ଆଣିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଚାଷୀ ପାଇଁ ବଜାର ସୁବିଧା ମିଳିବ । ଛାତ୍ରଛାତ୍ରୀମାନଙ୍କ ପାଠପଢା ପାଇଁ ସୁବିଧା, ବ୍ୟବସାୟୀମାନଙ୍କୁ ସୁବିଧା, ସ୍ୱାସ୍ଥ୍ୟ ସେବାରେ ଆହୁରି ଉନ୍ନତି ଆସିବ।
ସାଧାରଣ ଲୋକ ମଧ୍ୟ ସୁବିଧାରେ ଯାତାୟତ ରୂପାନ୍ତର କାମକୁ ମଜଭୁତ କରିବ। ସୋହେଲାରୁ ଆମପାଣି ପର‌୍ୟ୍ୟନ୍ତ ‘ବିଜୁ ଏକ୍ସପ୍ରେସ୍ ୱେ’ର ଦୁଇପାଖେ ବିଜୁ ଅର୍ଥନୈତିକ କରିଡର ହେବାଦ୍ଵାରା ପୁଞ୍ଜି ବିନିଯୋଗ ବଢିବ ଏବଂ ନୂଆ ନୂଆ ଶିଳ୍ପ ଗଢି ଉଠିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ଇୟଗ୍ଦ ଭଚ୍ଚ
‘ସେ କଥା ନୂହେଁ, କାମରେ ବିଶ୍ବାସ କରନ୍ତି’ ବୋଲି ତାଙ୍କ ଉକ୍ତିକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ଅର୍ଥନୈତିକ କରିଡରକୁ ପୁଞ୍ଜିପତିମାନଙ୍କୁ ଆକର୍ଷଣ କରିବା ପାଇଁ ପ୍ରୋତ୍ସାହନ ଭାବରେ ଅତିରିକ୍ତ ୩୦ ପ୍ରତିଶତ ରିହାତି ନିବିଶେକମାନଙ୍କୁ ମିଳିବ ।
ଶିଳ୍ପ ବିକାଶ କାର୍ଯ୍ୟ ତ୍ଵରାନିତ କରିବା ପାଇଁ ଆଗୁଆ ଜମି ଅଧିଗ୍ରହଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି ୲ ବିଜୁ ଅର୍ଥନୈତିକ କରିଡର ଦ୍ଵାରା ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ନୁଆପଡା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାବାସୀ ବିଶେଷ ଭାବରେ ଉପକୃତ ହେବେ । ପଶ୍ଚିମ ଓ ଦକ୍ଷିଣ ଓଡିଶା ମଧ୍ୟରେ ଅର୍ଥନୈତିକ କାର‌୍ୟ୍ୟକଳାପ ବୃଦ୍ଧି ଘଟିବ । ପର୍ଯ୍ୟଟନର ମଧ୍ୟ ବିକାଶ ଘଟିବ ।
ଘଟିପଡାରୁ ଆମପାଣି ପର୍ଯ୍ୟନ୍ତ ‘ବିଜୁ ଏକ୍ସପ୍ରେସ୍ ଓ୍ଵେ’ର ଚାରିଥାକିଆ ରାସ୍ତା କାମ ରେକର୍ଡ ଏକ ବର୍ଷ ମଧ୍ୟରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।
ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଅଗ୍ରଣୀ ଭୂମିକା ନେଇଥିବା ମହାନ ଜନନାୟକ ବିଜୁ ବାବୁଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ବାବୁଙ୍କ ଆଦର୍ଶରେ ଏକ ସଶକ୍ତ ଓଡିଶା ଗଠନ ପାଇଁ ସେ କାମ କରି ଚାଲିଛନ୍ତି। ସମ୍ବଲପୁର- ରାଉଲକେଲା ରାସ୍ତା ବିଜୁବାବୁଙ୍କ ପରିକଳ୍ପନା ଥିଲା। ଏଲ୍ଆଣ୍ଡଟି ରାସ୍ତାଭାବେ ପରିଚିତ ଏହି ରାସ୍ତାର ଆରମ୍ଭ ସ୍ଵର୍ଗତ ବିଜୁବାବୁ ୧୯୯୩ ମସିହାରେ ଆରମ୍ଭ କରିଥିଲେ ।
ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଓଡ଼ିଶା ମାଟି ଓ ଏ ମାଟିର ମଣିଷର ସ୍ଵପ୍ନ ସହ ବିଜୁବାବୁ ସବୁବେଳେ ଯୋଡ଼ିହୋଇ ରହିଥିଲେ ବୋଲି ମତ ଦେଇ ତାଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲ । ଏହି ସବୁ କାର୍ଯ୍ୟକ୍ରମରେ ମନ୍ତ୍ରୀ ମଣ୍ଡଳର ସଦସ୍ୟ, ତଥା ବିଧାୟକ ମାନେ ଉପସ୍ଥିତ ଥିଲେ।

 

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031