Indus Valley Times

୮୩ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ

 Breaking News

୮୩ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ

୮୩ ବର୍ଷ ବୟସରେ ଆଖି ବୁଜିଲେ ପୂର୍ବତନ ସାଂସଦ ତ୍ରିଲୋଚନ କାନୁନଗୋ
April 21
11:00 2023

ଜଗତସିଂହପୁର,୨୧/୪ : ଜଗତସିଂହପୁରର ପୂର୍ବତନ ସାଂସଦ ତଥା ବିଶିଷ୍ଟ ଶିକ୍ଷାବିତ୍ ଓ ଅର୍ଥନୀତିଜ୍ଞ ତ୍ରିଲୋଚନ କାନୁନଗୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।
ଶ୍ରୀ କାନୁନଗୋ ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଆଜି ସକାଳ ପ୍ରାୟ ୭ଟାରେ ସମୟରେ ତାଙ୍କ ମୃତ୍ୟୁ ଘଟିଥିବା ତ୍ରିଲୋଚନ କାନୁନଗୋଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି।
ଶ୍ରୀ କାନୁନଗୋ କଟକ ପୌରପାଳିକାର ପ୍ରାକ୍ତନ ଅଧ୍ୟକ୍ଷ ଭାବେ କାର‌୍ୟ୍ୟ କରି ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ଅଡଶପୁରସ୍ଥିତ ୟୁଏନ୍ କଲେଜର ପରିଚାଳନା ସମିତିର ସେ ଅଧ୍ୟକ୍ଷ ଭାବେ ଭୂମିକା ନିର୍ବାହ କରୁଥିଲେ। ଏହାସହ ରାଜ୍ୟ ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ମଧ୍ୟ କାର‌୍ୟ୍ୟ କରିଥିଲେ । ଜଗତସିଂହପୁର ଲୋକସଭା ଆସନରୁ ସେ ୧୯୯୯ ମସିହାରେ ବିଜୁ ଜନତା ଦଳ ଟିକେଟରେ ନିର୍ବାଚିତ ହୋଇଥିଲେ।
ତ୍ରିଲୋଚନ କାନୁନଗୋ ୧୯୪୦ ମସିହା ନଭେମ୍ବର ୨୪ ତାରିଖରେ କଟକ ଜିଲ୍ଲା ବଡ଼ମୂଳେଇ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ସେ କଟକର ଶେଖ୍ ବଜାରରେ ଗତ କିଛି ବର୍ଷ ହେବ ରହି ଆସୁଥିଲେ। ଶ୍ରୀ କାନୁନଗୋ ୩ ଥର ବିଧାୟକ ଓ ଥରେ ସାଂସଦ ନିର୍ବାଚିତ ହୋଇଥିଲେ।
ତ୍ରିଲୋଚନ କାନୁନଗୋଙ୍କ ବିୟୋଗରେ ବିଭିନ୍ନ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି। ଏହାସହ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି ।
ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି। ସେ ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, ମୋ ପାଇଁ ଏହା ବ୍ୟକ୍ତିଗତ ଭାବେ ଏକ ବଡ କ୍ଷତି । ସେ ଜଣେ ବିଜ୍ଞ ବ୍ୟକ୍ତି ଥିଲେ। ତାଙ୍କ ଜିବନୀରୁ ବହୁ କିଛି ଶିଖିବାର ଥିଲା।

About Author

indadmin

indadmin

Related Articles

Archives

Calendar

September 2024
M T W T F S S
 1
2345678
9101112131415
16171819202122
23242526272829
30