Indus Valley Times

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଗଠନ

 Breaking News

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଗଠନ

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଗଠନ
March 13
11:06 2024

ଭୁବନେଶ୍ବର, ୧୩/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ଼ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା।
୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦଗୁଡ଼ିକ କାର‌୍ୟ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ଟି ନୂଆ ପୌରପରିଷଦ ଗଠନ ବିଷୟ ଘୋଷଣା କରିଥିଲେ।

About Author

indadmin

indadmin

Related Articles

Archives

Calendar

November 2024
M T W T F S S
 123
45678910
11121314151617
18192021222324
252627282930