Indus Valley Times

ଗଜପତି: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା

 Breaking News

ଗଜପତି: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା

July 16
12:01 2024

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୧୬/୭: ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଆଜି ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି ।
ଏହି ଅବସରରେ ପୂର୍ବାହ୍ନରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀ ମନ୍ଦିରକୁ ଯାତ୍ରା କରିବା ପୂର୍ବରୁ ସେନାପଟା ଓ ପାରମ୍ପରିକ ପୂଜାର୍ଚ୍ଚନା ନୀତି ପ୍ରଭୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତା ପରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ପ୍ରଥମେ ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ହେବା ପରେ ତିନି ଠାକୁରଙ୍କୁ ନିଜ ନିଜ ରଥ ଉପରକୁ ପହଣ୍ଡି ବିଜେ ହୋଇଥିଲା . ।
ସେବାୟତ ମାନଙ୍କ ଦ୍ଵାରା ଠାକୁର ମାନଙ୍କ ରଥ ଉପରକୁ ପହଣ୍ଡି ବିଜେ କାର୍ଯ୍ୟକ୍ରମ ସମ୍ପନ୍ନ ହେବା ପରେ ତିନି ଠାକୁରଙ୍କ ରଥ ଉପରେ ଛେରା-ପଅଁରା କାର୍ଯ୍ୟକ୍ରମ ରାଜଜେମା କଲ୍ୟାଣୀ ଗଜପତି ନାରାୟଣ ଦେବ\’ଙ୍କ ଦ୍ଵାରା ଛେରା ପଅଁରା କାର୍ଯ୍ୟ ସମ୍ପନ୍ନ ହୋଇଥିଲା ।
ତିନି ଠାକୁରଙ୍କ ପହଣ୍ଡି ବିଜେ ଏବଂ ରଥ ଉପରେ ରାଜଜେମାଙ୍କ ଦ୍ଵାରା ତିନି ଠାକୁରଙ୍କ ଛେରା ପଅଁରା ନୀତି ଓ ପୂଜାର୍ଚ୍ଚନା ବେଳେ ଉପସ୍ଥିତ ହଜାର ହଜାର ଭକ୍ତ ଶ୍ରଦ୍ଧାଳୁଙ୍କ ହୁଳ ହୁଳି ଓ ଜୟ ଜଗନ୍ନାଥ ଧ୍ବନିରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପ୍ରକମ୍ପିତ ହୋଇ ଉଠିଥିଲା ।
ଅପରାହ୍ନ ୫ ଟାରେ ରଥଟଣା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ଚଳିତ ବର୍ଷ ରଥଯାତ୍ରା ଦେଖିବା ପାଇଁ ପାରଳା ସହର ସମେତ ପୁରପଲ୍ଲୀ ଓ ପଡୋଶୀ ଆନ୍ଧ୍ରର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା ।
ମା ଶୁଭଦ୍ରାଙ୍କ ରଥକୁ ମହିଳା ମାନେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଟାଣିଥିଲେ ଏବଂ ଏଥିରେ ହଜାର ହଜାର ସଂଖ୍ୟାରେ ମହିଳା ଓ ଯୁବତୀ ମାନେ ସାମିଲ ଥିଲେ ।
ସେହିଭଳି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଇଥିଲେ।
ତେବେ ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଠାକୁର ମାନଙ୍କ ଅନୁଷ୍ଠିତ ବାହୁଡ଼ା ଯାତ୍ରା ବେଳେ ପାରମ୍ପରିକ ରୀତି ପ୍ରକାରେ ବଡ଼ ଦାଣ୍ଡର ଅଧ ବାଟରେ ଅଟକ ରଖାଯାଇଛି । ଆସନ୍ତା ନୀଳାଦ୍ରି ବିଜେ ଦିନରେ ତିନି ଠାକୁରଙ୍କ ରଥ ଶ୍ରୀମନ୍ଦିର ତଥା ରତ୍ନ-ବେଦୀ ଅଭିମୁଖେ ଟଣା ଯିବ ।
ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଏସପି ସୁଶ୍ରୀ ଏସ: ସ୍ଵାତୀ କୁମାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବହୁ ସଂଖ୍ୟାରେ ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀ ଓ ପୋଲିସ ବାହିନୀ ମୃତୟନ ଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930