Indus Valley Times

ଆଗାମୀ ୪ ଦିନ ପ୍ରବଳ ବର୍ଷିବ; ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

 Breaking News

ଆଗାମୀ ୪ ଦିନ ପ୍ରବଳ ବର୍ଷିବ; ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ

ଆଗାମୀ ୪ ଦିନ ପ୍ରବଳ ବର୍ଷିବ; ଆଜି ୧୦ ଜିଲ୍ଲାକୁ ୱାର୍ଣ୍ଣିଂ
July 27
11:09 2024

ଭୁବନେଶ୍ୱର,୨୭/୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ, କଟକ ଓ ନୟାଗଡରେ ପ୍ରବଳ ବର୍ଷା ହୋଇପାରେ।
ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟର ଜଳଭଣ୍ଡାରଗୁଡିକ ଉଛୁଳିବାରେ ଲାଗିଛି। ଆସନ୍ତା ୨୮ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ଏଥିସହ ରାଜ୍ୟରେ ଆହୁରି ୫ଦିନ ବର୍ଷା ହେବାକୁ ଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀରେ ବନ୍ୟା ଆସିବା ଆଶଙ୍କା ସୃଷ୍ଟି ହୋଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930