Indus Valley Times

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ

 Breaking News

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ

August 06
11:53 2024

ଭୁବନେଶ୍ବର,୬/୮ : ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିବ । ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ଜିଲ୍ଲା ସମେତ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ କେରାପୁଟ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୭ ଓ ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
ପ୍ରବଳ ବର୍ଷା ହେବାକୁ ଥିବା ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୯ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031