Indus Valley Times

ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ

 Breaking News

ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ

ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ
August 26
11:25 2024

କଟକ, ୨୬/୭ : ଆଜି ହେଉଛି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି। ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଆଜି ସାରା ଦେଶରେ ବିଶେଷ କରି ବୈଷ୍ଣବ ଧର୍ମାବଲମ୍ବୀ ଶ୍ରଦ୍ଧାଳୁମାନେ ବେଶ ଉତ୍ସାହର ସହ ପାଳିବେ ନନ୍ଦଲାଲାଙ୍କ ଜନ୍ମୋତ୍ସବ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।
ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣଙ୍କ ଜନ୍ମ ନୀତି। ସଂନ୍ଧ୍ୟାଧୂପ ଶେଷ ହେବା ପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ।ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ଼ ଭୋଗ ସହ ଗର୍ଭଉଦକ ବନ୍ଦାପନା ନୀତି କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ୱାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଜନ୍ମ ଚକଡ଼ାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ। ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ଡାର ଘର ସମ୍ମୁଖ ଭାଗରେ ପୂଜାପଣ୍ଡା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ଡଳୀ ଅଙ୍କନ କରିବେ।
ସେଠାରେ ସୁନାର କୃଷ୍ଣ ମୂର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ। ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ। ପରେ ମଦନମୋହନଙ୍କୁ ନାଭିକଟାମଣ୍ଡପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର‌୍ୟ୍ୟନ୍ତ ନୀତି ଅନୁଷ୍ଠିତ ହେବ। ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ। ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆଜିଠାରୁ ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର‌୍ୟ୍ୟନ୍ତ ଚାଲୁ ରହିବ।
ସେହିପରି ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ନଗରୀ। ଉତ୍ତରପ୍ରଦେଶ ମଥୁରା ସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରରେ ଭବ୍ୟ ଆୟୋଜନ ହୋଇଛି। ସେହିପରି ଗୁଜରାଟ ଦ୍ୱାରକାଧୀଶ ମନ୍ଦିର ମଧ୍ୟ ଝଲସୁଛି ଆକର୍ଷଣୀୟ ଆଲୋକମାଳାରେ। ତୀର୍ଥଯାତ୍ରୀଙ୍କ ଭିଡ଼ ସହ
ଗହଳ ଚହଳରେ ପୁରି ଉଠିଛି ଦ୍ୱାରକା ନଗରୀ। ଚଳିତ ବର୍ଷ ସେଠାରେ ପାଳିତ ହେଉଛି ୫୨୫୧ ତମ ଜନ୍ମାଷ୍ଟମୀ ଉତ୍ସବ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930