Indus Valley Times

ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

 Breaking News

ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି
September 24
17:08 2024

ଭୁବନେଶ୍ୱର, ୨୪/୯ : ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି।
ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ପାଞ୍ଚ ଦିନ ଯାଏଁ ବର୍ଷା ଲାଗି ରହିବ। ବିଶେଷ କରି ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆସନ୍ତା ୨୭ ତାରିଖ ପରେ ପାଗର ପରିବର୍ତ୍ତନ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ନେଇ ସତର୍କତା ଜାରି କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930