Indus Valley Times

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ ; ୮ଟି ସ୍ଥାନରେ ଚଢ଼ାଉ

 Breaking News

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ ; ୮ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ପଞ୍ଚାୟତରାଜ ବାବୁ ; ୮ଟି ସ୍ଥାନରେ ଚଢ଼ାଉ
October 08
11:43 2024

ଭୁବନେଶ୍ୱର, ୮/୧୦: ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଭିଜିଲାନ୍ସ ସ୍କାନରକୁ ଆସିଛନ୍ତି ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରମେଶ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି ।
ମଙ୍ଗଳବାର ସକାଳୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରମେଶଙ୍କ ଘରେ ପଶିଥିଲା । ଭୁବନେଶ୍ୱର କଳିଙ୍ଗନଗରରେ ଥିବା ଦୁଇ ମହଲା ବିଶିଷ୍ଟ ଘର, ଭୁବନେଶ୍ୱର ଗୋଠପାଟଣା ଥିବା ୩ ମହଲା ବିଶିଷ୍ଟ ଘର, ପୁରୀ ଖୁଣ୍ଟିଆ ବାଣପୁରରେ ଥିବା ପୈତୃକ ଘର, ୟୁନିଟ ୨ରେ ଥିବା ସରକାରୀ କ୍ୱାର୍ଟର୍ସ, ଖୋର୍ଦ୍ଧା ଟାଙ୍ଗିରେ ଥିବା ସମ୍ପର୍କୀୟ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।
ଚଢ଼ାଉରେ ଭିଜିଲାନ୍ସ ବିଭାଗର ୮ ଜଣ ଡିଏସିପି, ୩ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସ୍‌ଆଇ ସମେତ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।

About Author

indadmin

indadmin

Related Articles

Archives

Calendar

October 2024
M T W T F S S
 123456
78910111213
14151617181920
21222324252627
28293031