Indus Valley Times

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

 Breaking News

ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ

October 21
22:06 2024

ଭୁବନେଶ୍ୱର,୨୧/୧୦: ସମ୍ଭାବ୍ୟ ବାତ୍ୟା ପାଇଁ ୧୪ ଜିଲ୍ଲାର ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଝଜଉ)। ଏହି ୧୪ଟି ଜିଲ୍ଲା ହେଉଛି- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ।
ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସହିତ ଅନ୍ୟ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡ ଫଲ୍ କଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930