Indus Valley Times

ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

 Breaking News

ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ

November 04
19:52 2024

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ , ୪/୧୧: ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।
ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଓ ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା ଯୁଗ୍ମ ଜନ ଶୁଣାଣୀ ଶିବିରରେ ଉପସ୍ଥିତ ରହି ଶିବିରକୁ ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।
ଶିବିରକୁ ବୌଦ୍ଧ ଜିଲ୍ଲାର ବିଭିନ୍ନ ଗ୍ରାମ ପଞ୍ଚାୟତର ଜନସାଧାରଣ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ନେଇ ଆସିଥିବା ବେଳେ ତାର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସନା ଓ ଉପସ୍ଥିତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ସହାୟତା କରିଥିଲେ।
ଶିବିରରେ ସମୁଦାୟ ୮୧ ଟି ଅଭିଯୋଗ ପଞ୍ଜିକରଣ ହୋଇଥିଲା। ସେଥିରୁ ସାମୁହିକ ୯ ଟି ଅଭିଯୋଗ ଆସିଥିବା ବେଳେ ୭୨ ଟି ବ୍ୟକ୍ତିଗତ ଅଭିଯୋଗ ଆସିଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା।
ରେଡ଼କ୍ରସ ପାଣ୍ଠିରୁ ତିନି ଜଣଙ୍କୁ ୧୩ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ଦୁଇ ଜଣଙ୍କୁ ହ୍ଵିଲ ଚେୟାର ଦିଆଯାଇଥିଲା।
ଶିବିରକୁ ବୌଦ୍ଧ ଏ. ବି. ଡ଼ି. ଓ. ସୁଦାମ ଚରଣ ସାମଲ ଏବଂ ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ବିରଞ୍ଚିନାରାୟଣ ପଣ୍ଡା ଏବଂ ଭାରପ୍ରାପ୍ତ ସାମାଜିକ ସୁରକ୍ଷା ଅଧିକାରୀ ସାନନ୍ଦ କୁମାର ସାହୁ ପରିଚାଳନା କରିଥିଲେ।
ଏହି ଶିବିରରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଜୟକୃଷ୍ଣ ମିଶ୍ର,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାଜେନ୍ଦ୍ର କିସାନ , ଜିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର, ଜ଼ିଲ୍ଲା ଶିଶୁ ସୁରକ୍ଷା ରାହୁଲ ପ୍ରଧାନ ଉପସ୍ଥିତ ଥିବା ବେଳେ ସହକାରୀ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସୁଦାମ କୁମାର ସ୍ୱାଇଁ ଏବଂ ଜ଼ିଲ୍ଲା ଜରୁରୀ ଶାଖା, ବ୍ଲକ ର କର୍ମଚାରୀ ମାନେ ଏହି ଜନଶୁଣାଣୀ କୁ ପରିଚାଳନା କରିଥିଲେ କ୍ଷସମସ୍ତ ବିଭାଗର ବ୍ଲକ ସ୍ତରୀୟ ଏବଂ ଜ଼ିଲ୍ଲା ସ୍ତରୀୟ ଅଧିକାରୀମାନେ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930