Indus Valley Times

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର, ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା

 Breaking News

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର, ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର, ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍ ପାହ୍ୟା
January 27
18:19 2025

ଭୁବନେଶ୍ୱର,୨୭/୧: ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ହେବା ପରେ ପ୍ରକାଶ ମିଶ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଗୁରୁଦାୟିତ୍ୱ ମିଳିଛି, ସୁଚାରୁ ରୂପେ ତୁଲାଇବି। ଜନହିତରେ ଯାହା ହୋଇପାରିବ ମିଳିମିଶି କରିବୁ। ଲୋକଙ୍କ ସମସ୍ୟା କିପରି ଦୂର ହେବ ଧ୍ୟାନ ଦେବୁ ବୋଲି ପ୍ରକାଶ ମିଶ୍ର କହିଛନ୍ତି।
ନିକଟରେ ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିଲା। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ
ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ ତଥ୍ୟ ପଦାକୁ ଆଣିଥିଲେ। ପ୍ରକାଶ ମିଶ୍ର ନାଁ ନ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଛନ୍ତି। ସବୁଠାରୁ ରୋଚକ କଥା ହେଉଛି ଏହି ବହିରେ ସେ ନବୀନଙ୍କ ନାଁ ଲେଖିନାହାନ୍ତି। ନବୀନଙ୍କ ସ୍ଥାନରେ ମୁଖିଆ ସମ୍ବୋଧନ କରିଛନ୍ତି।

ବଦଳିଲେ ରାଜ୍ୟ ନିର୍ବାଚନ କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମଧୁସୂଦନ ପାଢୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତାଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି ସରକାର । ତେବେ ବର୍ତ୍ତମାନ ମୁଖ୍ୟ ନିର୍ବାଚନ କମିଶନର ଦାୟିତ୍ୱରେ ଥିବା ନିକୁଞ୍ଜ ଧଳଙ୍କ ସ୍ଥାନରେ ଏବେ ଦାୟିତ୍ୱ ଗ୍ରହଣ କରିବେ ମଧୁସୂଦନ ପାଢୀ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930