Indus Valley Times

ଆସନ୍ତାକାଲିଠାରୁ କାଳବୈଶାଖୀ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

 Breaking News

ଆସନ୍ତାକାଲିଠାରୁ କାଳବୈଶାଖୀ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ

ଆସନ୍ତାକାଲିଠାରୁ କାଳବୈଶାଖୀ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ
March 18
17:10 2025

ଭୁବନେଶ୍ୱର,୧୮/୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଚାପ ପ୍ରଭାବରେ ରାଜ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ କରିବ।
ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର ଅଞ୍ଚଳରେ ଗୁରୁଃଚାପ ପ୍ରଭାବରେ ରାଜ୍ୟ ମଧ୍ୟକୁ ପ୍ରଚୁର ଜଳୀୟବାଷ୍ପ ପ୍ରବେଶ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ସହ, ଉପରି ଭାଗରେ ନିମ୍ନ ଚାପ ରେଖାର ଉପସ୍ଥିତି ହିଁ କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ ।
ଯାହା ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ପରେ ଝଡ଼ ପବନ ସାଙ୍ଗକୁ ବର୍ଷା କରାଇବ। ଏହାସହ ଉପରିଭାଗରେ ନିମ୍ନ ଚାପରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅତ୍ୟନ୍ତ ଅନୁକୂଳ ହେବ। ଫଳରେ ୧୯ରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶର, ମୟୂରଭଞ୍ଜରେ ଝଡ଼ପବନ ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି।
ରବିବାର ରାତିରେ ନୟାଗଡ଼ ଜିଲା ଦଶପଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ ଅଚାନକ ପବନ ସାଙ୍ଗକୁ ମାଡି ଆସିଥିଲା କଳାହାଣ୍ଡିଆ ମେଘ। ତାପରେ ଛେଚିଲା ବର୍ଷା। ହେଲେ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଝଡ ତୋଫାନରେ ଉପୁଡି ପଡିଥିଲା ବଡ ବଡ ଗଛ।
ଝଡ଼ ତୋଫାନ ଯୋଗୁ ଅଞ୍ଚଳରେ ବିଦ୍ୟୁତ ସରବରାହ ପ୍ରାୟ ୧ ଘଣ୍ଟା ଧରି ବନ୍ଦ ରହିଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଉପୁଡି ପଡିଥିବା ଗଛ ଡାଳ କାଟି ରାସ୍ତା ସଫା କରିଥିଲେ। ପରବର୍ତ୍ତୀ ସମୟରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ଅନ୍ୟପକ୍ଷେ ଅଧିକ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930