Indus Valley Times

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

 Breaking News

ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ

April 01
11:28 2025

ନୂଆଦିଲ୍ଲୀ,୧/୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା ସମ୍ଭବ ହୋଇପାରିଥିଲା।
ଏହାକୁ ମନେ ପକାଇବା ଲାଗି ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର‌୍ୟ୍ୟକ୍ରମର ଆୟୋଜନ କରାଯାଉଛି। ଏହି ଅପସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇଛନ୍ତି।
ପ୍ରଧନମନ୍ତ୍ରୀ ଓଡ଼ିଆରେ ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସରେ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ । ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଭାରତ ଗର୍ବିତ। ଓଡ଼ିଶାର ଲୋକମାନେ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି । ଗତ ଏକ ବର୍ଷ ଧରି କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ଆହୁରି ପ୍ରଗତି ପାଇଁ ବ୍ୟାପକ ଭାବେ କାର‌୍ୟ୍ୟ କରୁଛନ୍ତି।
ସେହିପରି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିବସ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ ନାନା କ୍ଷେତ୍ରରେ ଓଡ଼ିଶାବାସୀଙ୍କ ଉଲ୍ଲେଖନୀୟ ଅବଦାନକୁ ମନେ ପକାଇବାର ଏକ ସୁନ୍ଦର ଅବକାଶ ।ବ
ବେଶ ମେଳାପି ଓ ଅତିଥିବତ୍ସଳ ଓଡ଼ିଶାବାସୀ ଆପଣାର ଗୌରବମୟ ପରମ୍ପରାକୁ ଉଜ୍ଜୀବୀତ ରଖି ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି । ଭାରତୀୟ ସାଧୀନତା ସଂଗ୍ରାମରେ ଓଡ଼ିଶାର ଭୂମିକା ଗୁରୁତୂପୂର୍ଣ୍ଣ ଥିଲା ଏବଂ ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଏହି ରାଜ୍ୟ ଜନ୍ମ ଦେଇଛି । ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୁଁ ପ୍ରାର୍ଥନା କରୁଅଛି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031