Indus Valley Times

ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ

 Breaking News

ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ

April 10
09:31 2025

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା, ୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି ।
ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ନିଷ୍ଠା ଏବଂ ଆନ୍ତରିକତାର ସହିତ ସେମାନଙ୍କର କର୍ତ୍ତବ୍ୟ ପାଳନ କରିଥିବା ବାହିନୀ କର୍ମଚାରୀଙ୍କ ଅବଦାନକୁ ପ୍ରଶଂସା କରିବା ସହ ଏହି ଦିବସର ମହତ୍ୱ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ ।
ପରେ ପରେ ୟୁନିଟରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି, ବୀରନାରୀ ଙ୍କୁ ସମ୍ମାନିତ କରିବା, ସୈନିକ ସମ୍ମିଳନୀ ଭଳି ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ମାନ ଆୟୋଜନ କରି ଜବାନ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।
ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର‌୍ୟ୍ୟକ୍ରମ ମାନ ଆୟୋଜନ ହୋଇଥିଲା । ଏଥିରେ ସମସ୍ତ ଜବାନ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930