Indus Valley Times

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ, ବିଭିନ୍ନ ମହଲରେ ଶୋକର ଛାୟା

 Breaking News

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ, ବିଭିନ୍ନ ମହଲରେ ଶୋକର ଛାୟା

ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ, ବିଭିନ୍ନ ମହଲରେ ଶୋକର ଛାୟା
April 19
14:08 2025

ଭୁବନେଶ୍ୱର,୧୯/୪: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।
୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିଲେ । ସେ ପ୍ରାୟ ଚାରି ଦଶନ୍ଧି ଧରି ଶାସନ ଏବଂ ରାଜନୀତିର ଖବର ପରିବେଷଣ କରିଥିଲେ। ସେ ଅନେକ ଖବର କାଗଜ ସଂସ୍ଥା ସହ ଜଡିତ ଥିଲେ। ସେ ଓଡ଼ିଶାର ସାମାଜିକ ଓ ରାଜନୈତିକ ଚେତନାର ଏକ ନିଷ୍ଠାବାନ କଣ୍ଠସ୍ବର ଥିଲେ ବୋଲି କୁହଯାଏ । ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ସିପ୍ରା ମହାନ୍ତି ଏବଂ ଦୁଇ ଝିଅ ପୂଜା ଏବଂ ବନ୍ଦନା ରହିଛନ୍ତି।
ତେବେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଦେହାନ୍ତ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରତି ଭାଇ ଭାବରେ ରାଜ୍ୟର ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ସେ ବେଶ ଜଣାଶୁଣା ଥିଲେ । ତାଙ୍କର ଦୀର୍ଘ ସାମ୍ବାଦିକତା ଜୀବନରେ ସଚ୍ଚୋଟତା, ନିରପେକ୍ଷତା ଓ କର୍ତ୍ତବ୍ୟନିଷ୍ଠା ପାଇଁ ସ୍ମରଣୀୟ ରହିବେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜ୍ଞାପନ କରୁଛି ।
ଅନ୍ୟପକ୍ଷେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ରଜନେତା ତାଙ୍କ ଦେହାନ୍ତ ଖବରପାଇ ଶୋକ ବ୍ୟକ୍ତ କରିଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930