Indus Valley Times

ନିଖୋଜ ଖବରକୁ ଖଣ୍ଡନ କଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କହିଲେ ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି

 Breaking News

ନିଖୋଜ ଖବରକୁ ଖଣ୍ଡନ କଲେ କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କହିଲେ ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି

May 06
17:41 2025

ନୂଆଦିଲ୍ଲୀ, ୬/୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…’ କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ।
ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପ୍ରତିକ୍ରିୟା ରଖିଛନ୍ତି। ନିଜ ସୋସିଆଲ ମିଡିଆ ଏକ୍ସ ଏବଂ ଫେସବୁକରେ ପୋଷ୍ଟ କରି ସେ କହିଛନ୍ତି, ମୁଁ ସୁସ୍ଥ ଅଛି।
ତେବେ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ଶନିବାର ଗୋଡୱାନା ଏକ୍ସପ୍ରେସରେ ଦିଲ୍ଲୀରୁ ଜବଲପୁର ଯାଉଥିବା ବେଳେ ହଠାତ୍ ଟ୍ରେନରୁ ଗାଏବ ହୋଇଯାଇଥିବା ଏବଂ ତାଙ୍କ ସୁଗାର କମ୍ ହୋଇଯିବାରୁ ଟ୍ରେନରେ ଚଢିବା ବେଳେ ପଡିଯାଇ ଆହତ ହୋଇଥିବା ଖବର ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହୋଇଥିଲା।
କେନ୍ଦ୍ରମନ୍ତ୍ରୀଙ୍କ ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶେଷରେ ପ୍ରତିକ୍ରିୟା ରଖିଛନ୍ତି ଖୋଦ୍ ଜୁଏଲ ଓରାମ। ନିଜ ସୋସିଆଲ ମିଡିଆ ଏକ୍ସ ଏବଂ ଫେସବୁକରେ ପୋଷ୍ଟ କରି ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଏବଂ ସେ ଜବଲପୁରରେ କାର୍ଯ୍ୟକ୍ରମ ସାରି ଗତକାଲି ରାତିରେ ଦିଲ୍ଲୀ ଫେରିଆସି ନିଜ ବିଭାଗର ଗୁରୁତ୍ବପୂର୍ଣ୍ଣ ବୈଠକରେ ସାମିଲ ହୋଇଥିବା ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930