Indus Valley Times

କୋରେଇ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

 Breaking News

କୋରେଇ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

କୋରେଇ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର
May 27
22:30 2025

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର,୨୭/୫ : ଆଜି ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୋରେଇ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରକାଶ କରିଥିଲେ।
ଆଜି ମୋଟ ୧୧୫ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୪୩ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୪ ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୬୮ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୭୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଉପ ଆରକ୍ଷୀ ଅଧିକ୍ଷକ ଯାଜପୁର ରୋଡ, ଶ୍ରୀ ଲକ୍ଷ୍ମୀଧର ସ୍ବାଇଁ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , କୋରେଇ, ଶ୍ରୀ ଅବନିକାନ୍ତ ସାହୁ, ତହସିଲଦାର, ବ୍ୟାସନଗର ଶ୍ରୀ ଦେବାଶିଷ ରାଉତ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930