Indus Valley Times

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ୱିତୀୟ ଦିନରେ ରେଡ୍, ଆୟକର ବିଭାଗର ଛାନ୍‌ଭିନ୍

 Breaking News

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ୱିତୀୟ ଦିନରେ ରେଡ୍, ଆୟକର ବିଭାଗର ଛାନ୍‌ଭିନ୍

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବିଭିନ୍ନ ଠିକଣାରେ ଦ୍ୱିତୀୟ ଦିନରେ ରେଡ୍, ଆୟକର ବିଭାଗର ଛାନ୍‌ଭିନ୍
June 20
10:49 2025

ଭୁବନେଶ୍ୱର,୨୦/୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଶୁକ୍ରବାର ମଧ୍ୟ ଆୟକର ବିଭାଗ ପକ୍ଷରୁ ଚଢାଉ ଜାରି ଅଧିକାରୀମାନେ ଝାରସୁଗୁଡ଼ା ସ୍ଥିତ ଘର ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଚଢାଉ ଜାରି ରଖିଛନ୍ତି।
ଏପରିକି ଗୁରୁବାର ମଧ୍ୟ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଥିଲା। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ରେଡ କରାଯାଉଥିଲା। ଆୟକର ଠକେଇ ନେଇ ଅଭିଯୋଗ ହେବା ପରେ ଏହି ରେଡ୍ ଜାରି ରହିଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ମଧ୍ୟ ଆୟକର ବିଭାଗ ପକ୍ଷରୁ ରେଡ କରାଯାଇଥିଲା। ଭୁବନେଶ୍ବର ଓ ଛତିଶଗଡର ଟିମ ଏହି ରେଡରେ ସାମିଲ ହୋଇଥିବା ବେଳେ ବ୍ରଜ ଦାସଙ୍କ ଘରୁ ଏକାଧିକ ବିଳାସପୂର୍ଣ୍ଣ କାର ମିଳିଥିଲା।
କିଛି ମାସ ପୂର୍ବରୁ ମଧ୍ୟ ପୂର୍ବତନମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ପ୍ରାର୍ଥୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ପିଏ ଆଶିଷ ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲ। ଏଥିସହ ଆୟକର ବିଭାଗ ଅଧିକାରୀ ବିଶାଳ ଦାସଙ୍କୁ ଝାରସୁଗୁଡ଼ା ଏକ ଘରୋଇ ହୋଟେଲକୁ ଡାକି ପ୍ରାୟ ୪ ଘଣ୍ଟା ଧରି ଜେରା କରିଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031