Indus Valley Times

କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହରେ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା ବୈଠକ ଅନୁଷ୍ଠିତ

 Breaking News

କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହରେ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା ବୈଠକ ଅନୁଷ୍ଠିତ

କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହରେ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା ବୈଠକ ଅନୁଷ୍ଠିତ
July 23
21:50 2025

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୩/୭ : ଆଜି କନ୍ଧମାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍ ଭାବନା ସଭାଗୃହରେ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।
ରାଜ୍ୟ ନିର୍ବାଚନ ଆୟୁକ୍ତ ଶ୍ରୀ ମଧୁସୂଦନ ପାଢି ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତରାଜ ନିର୍ବାଚନର ସମୀକ୍ଷା କରିବା ସହିତ ଆଗକୁ କ’ଣ କ’ଣ ପଦକ୍ଷେପ ନେଲେ ନିର୍ବାଚନ ସୁରୁଖୁରରେ ହୋଇପାରିବ ଏବଂ ଲୋକମାନେ ଏଥିରେ ବହୁମାତ୍ରାରେ ଭାଗନେଇ ନିଜର ଯୋଗ୍ୟ ପ୍ରତିନିଧି ଚୟନ କରି ଗ୍ରାମ , ପଞ୍ଚାୟତ ଓ ଜିଲ୍ଲାର ବିକାଶରେ ଯୋଗଦାନ ଦେଇପାରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ ।
ଏହି ବୈଠକରେ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ଅମ୍ରିତ୍ ଋତୁରାଜ, ଜିଲ୍ଲାପାଳ, ବୌଦ୍ଧ ଶ୍ରୀ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ ରମେଶ ଚନ୍ଦ୍ର ଜେନା, ଅତିରିକ୍ତ ଜିଲ୍ଲାପାଳ, କନ୍ଧମାଳ ଶ୍ରୀ କୁଶଳ ଚନ୍ଦ୍ର ନାଏକ, ଅତିରିକ୍ତ ଜିଲ୍ଲାପାଳ, ବୌଦ୍ଧ ଶ୍ରୀ ଅନିରୁଦ୍ଧ ପଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର‌୍ୟ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, କନ୍ଧମାଳ ଶ୍ରୀ ଶମ୍ଭୁନାଥ ନନ୍ଦୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ବୌଦ୍ଧ ଶ୍ରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ-ଜିଲ୍ଲାପାଳ, ଫୁଲବାଣୀ ଶ୍ରୀ ଭିକାରୀ ସାହୁ, ଉପଜିଲ୍ଲାପାଳ, ବାଲିଗୁଡା ଡଃ. ରୀନା ପ୍ରଧାନ, ଉପଜିଲ୍ଲାପାଳ, ବୌଦ୍ଧ ଶ୍ରୀ ପ୍ରବୀଣ କୁମାର ବାଣୁଆ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ପୌରପରିଷଦର କାର୍ଯ୍ୟନିର୍ବାହ ଅଧିକାରୀ, ପଞ୍ଚାୟତ ଅଧିକାରୀ ଶ୍ରୀ ନରେନ୍ଦ୍ର ନାୟକ, ସରକାରୀ କର୍ମଚାରୀ ଆଦି ଉପସ୍ଥିତ ଥିଲେ ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930