Indus Valley Times

ଓଡ଼ିଶା ଭବନରେ ଓଡ଼ିଆ ଐତିହ୍ୟର ଝଲକ ରହିବ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

 Breaking News

ଓଡ଼ିଶା ଭବନରେ ଓଡ଼ିଆ ଐତିହ୍ୟର ଝଲକ ରହିବ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଓଡ଼ିଶା ଭବନରେ ଓଡ଼ିଆ ଐତିହ୍ୟର ଝଲକ ରହିବ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
August 20
18:32 2025

ଭୁବନେଶ୍ୱର, ୨୦/୮ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ନୂଆଦିଲ୍ଲୀର ନୂତନ ଓଡିଶା ଭବନ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଦେଶର ରାଜଧାନୀ ନୂଆଦିଲ୍ଲୀରେ ନିର୍ମିତ ହେବାକୁ ଥିବା ଏହି ନୂଆ ଭବନରେ ଓଡିଶାର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟଙ୍କୁ ପରାମର୍ଶ ଦେଇଥିଲେ । ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ବୈଠକରୁ ଜଣାଯାଇଛି ଯେ, ସମୁଦାୟ ୪,୭୬୧ ବର୍ଗ ମିଟର ନିର୍ମାଣ ଅଞ୍ଚଳରେ ଏହି ଏ+୬ ଭବନ ନିର୍ମାଣ କରାଯିବ ଏବଂ ଏଥିରେ ସମୁଦାୟ ୪୫ଟି ବିଭିନ୍ନ ବର୍ଗର ସୁଇଟ୍ ଉପଲବ୍ଧ ହେବ । ଭବନରେ ଏକ ସମ୍ମିଳନୀ କକ୍ଷର ମଧ୍ୟ ବ୍ୟବସ୍ଥା କରାଯାଇଛି।
ସେହିଭଳି ମୁମ୍ବାଇକୁ ଯେହେତୁ ଓଡିଶାରୁ ଅଧିକ ସଂଖ୍ୟକ କ୍ୟାନସର ରୋଗୀ ଚିକିତ୍ସିତ ହେବାକୁ ଯାଉଛନ୍ତି, ତେଣୁ ମୁମ୍ବାଇ ଓଡିଶା ଭବନରେ ଅଧିକ କୋଠରୀ ବ୍ୟବସ୍ଥା କରିବାକୁ ଉପସ୍ଥିତ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏଥି ସହିତ ଓଡିଶାରୁ ଅଯୋଧ୍ୟାକୁ ଅଧିକ ସଂଖ୍ୟକ ଭକ୍ତ ଓ ଦର୍ଶାଳୁ ଯାଉଥିବାରୁ ଏବଂ ହାଇଦ୍ରାବାଦ ଓ ସୁରଟରେ ବହୁଳ ଭାବେ ଓଡିଆ ଲୋକ ରହୁଥିବାରୁ ଅଯୋଧ୍ୟା, ହାଇଦ୍ରାବାଦ ଓ ସୁରଟରେ ଓଡିଶା ଭବନ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ କୋଲକତା ଉତ୍କଳ ଭବନର ମରାମତି ଓ ନବୀକରଣ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31