Indus Valley Times

ବିଂଝାରପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

 Breaking News

ବିଂଝାରପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

September 08
17:14 2025

ଅକ୍ଷୟ ରାଉତଙ୍କ ରିପୋର୍ଟ
ଯାଜପୁର, ୮/୯ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବିଂଝାରପୁର ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି।
ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।
ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।
ମୋଟ ୮୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୪ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୧୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାୟକ, ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଶ୍ରୀ ବିଜୟ କୁମାର ମିଶ୍ର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିଂଝାରପୁର, ଶ୍ରୀ ହିତାଂଶୁ ଶେଖର ସାମଲ, ଭାରପ୍ରାପ୍ତ ତହସିଲଦାର, ବିଂଝାରପୁର ଶ୍ରୀ ପ୍ରଦୀପ୍ତ କୁମାର ସେଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31