Indus Valley Times

କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷା ମହାଦୁର୍ନୀତିର ତଦନ୍ତ ଦାୟିତ୍ବ

 Breaking News

କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷା ମହାଦୁର୍ନୀତିର ତଦନ୍ତ ଦାୟିତ୍ବ

October 04
11:49 2025

ଭୁବନେଶ୍ୱର, ୪/୧୦ : ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ । ଏହି କେଳେଙ୍କାରୀରେ ରାଜନେତାଙ୍କ ଠାରୁ ଆରମ୍ଭ କରି ବରିଷ୍ଠ ପୁଲିସ ଅଧିକାରୀଙ୍କ ସମ୍ପୃକ୍ତି ରହିଥିବା ସନ୍ଦେହ ବଢ଼ିଲାଣି । କେବଳ ସେତିକି ନୁହେଁ, ଯେଉଁ ସବୁ ସଂସ୍ଥାରେ ପୂର୍ବରୁ କଳାଦାଗ ଲାଗିଛି, ପ୍ରଶ୍ନପତ୍ର ପ୍ରସ୍ତୁତି ଓ ପରୀକ୍ଷା ପରିଚାଳନା ପାଇଁ ସେହି ସବୁ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରାଯାଇଛି ।
କ୍ରାଇମ୍‌ବ୍ରାଞ୍ଚ ଏବେ ଏସବୁ ଦିଗକୁ ନେଇ ତନାଘନା କଲାଣି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍ ସିଲିକନ୍ ଟେକ୍ ଲ୍ୟାବ୍‌ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି। ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରସ୍ଥିତ ପଞ୍ଚସଫ୍‌ଟ ଏବଂ ଅନ୍ୟ ୩ଟି ଅଫିସରେ ଚଢ଼ଉ କରି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସ୍‌କୁ ସିଲ୍ କରିଛି ।
ପୁଲିସ ଏସ୍‌ଆଇ ପରୀକ୍ଷା ମହାଦୁର୍ନୀତିର ଗୁମର ଖୋଲିବା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀଙ୍କୁ ମିଳିଲା ଏସଆଇ ପରୀକ୍ଷାର ତଦନ୍ତ ଦାୟିତ୍ବ। ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ସମସ୍ତ ମାମଲାର ସେ ତଦନ୍ତ କରିବେ। ସୁପରଭାଇଜିଂ ଅଫିସର ଭାବେ ରହିବେ କ୍ରାଇମବ୍ରାଞ୍ଚ ଏସପି ଅନୀଲ ବେଉରିଆ।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା। ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା। ସିଲିକନ୍ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟ ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥାକୁ ଦାୟିତ୍ବ ଦେଇଥିଲା। ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦେଶକ ଶଙ୍କର ପୃଷ୍ଟି ଘୋଟାଲା ପାଇଁ ଯୋଜନା କରିଥିଲେ। ଖଣ୍ଡଗିରି ଅଞ୍ଚଳର ମୁନା ମହାନ୍ତିଙ୍କୁ ରୢାକେଟ୍‌ରେ ସାମିଲ୍ କରି ଆଶାୟୀଙ୍କୁ ଚାକିରି ଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଆଦାୟ କରିଥିଲେ। ତେବେ ମୁନା ବିଭିନ୍ନ ମାଧ୍ୟମରେ ଆଶାୟୀଙ୍କ ସହ ଯୋଗାଯୋଗ କରି ଆଗୁଆ ଅରିଜିନାଲ୍ ସାର୍ଟିଫିକେଟ ହାତଉଥିଲା । ଏହାକୁ ସେ ଶଙ୍କର ସହ ଯୋଗାଯୋଗ କରି ହାଇଦ୍ରାବାଦ ସଂସ୍ଥା ପାଖକୁ ପଠାଉଥିଲା। ଯାହାର ପ୍ରମାଣ ପୁଲିସ ହାତରେ ଲାଗିଛି । ଏହାଛଡ଼ା ଗିରଫ ୧୧୭ ଜଣଙ୍କ ଭିତରୁ ୯ ଜଣଙ୍କ ଭୂମିକାକୁ ନେଇ ସନ୍ଦେହ ସୃ‌‌ଷ୍ଟି ହୋଇଛି। ସବୁଠୁ ବଡ଼କଥା ହେଲା ଏହି ୯ଜଣଙ୍କ ମଧ୍ୟରୁ ପୂର୍ବତନ ଜେଲ୍ ଡିଆଇଜିଙ୍କ ପୁଅ ରହିଛନ୍ତି। ସଂପୃକ୍ତ ଡିଆଇଜି ୪ ମାସ ତଳେ ଚାକିରିରୁ ଅବସର ନେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31