Indus Valley Times

ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ : ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

 Breaking News

ଆଜି ହେଉଛି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ : ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

October 09
12:37 2025

ଭୁବନେଶ୍ବର , ୯/୧୦ : ଗୁରୁବାର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ଅବସରରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।
ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ, ବିଧାୟକ ବାବୁ ସିଂଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହି ପୁଷ୍ପ ମାଲ୍ୟାର୍ପଣ କରିଛନ୍ତି।
ଏହି ଅବସରରେ ଉତ୍କଳମଣିଙ୍କ ଲୋକପ୍ରିୟ ସଙ୍ଗୀତ ମିଶୁ ମୋର ଦେହ ଏ ଦେଶ ମାଟିରେ ଗାନ କରାଯାଇଥିଲା।
ଗୋପବନ୍ଧୁଙ୍କ ଦାୟାଦ ଓ ବରପୁତ୍ରମାନଙ୍କୁ ସମ୍ମାନ ଜଣାଇବା ସହ ଯୁବପିଢିମାନେ ତାଙ୍କ ମାର୍ଗକୁ ଅନୁକରଣ କରି ଆଗକୁ ବଢ଼ିବା ଦରକାର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31