Indus Valley Times

ରାତି ୯ଟା ପରେ ବାଣ ଫୁଟାଇବା ମନା; ନିୟମ ନମାନି ଢୋ, ଢା କଲେ ବାନ୍ଧିବ ପୁଲିସ …

 Breaking News

ରାତି ୯ଟା ପରେ ବାଣ ଫୁଟାଇବା ମନା; ନିୟମ ନମାନି ଢୋ, ଢା କଲେ ବାନ୍ଧିବ ପୁଲିସ …

October 18
17:52 2025

ଭୁବନେଶ୍ବର , ୧୮/୧୦ : ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ। ଏନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମସ୍ତଙ୍କୁ ସବୁଜ ବାଣ ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି। ମଦ ପିଇ ଗାଡ଼ି ଚଳାଇଲେ ଚାଳକ ଅଟକ ରହିବେ ବୋଲି କୁହାଯାଇଛି। ଗାଡ଼ିକୁ ଜବତ କରି ନେଇଯିବ ପିସିଆର ଭ୍ୟାନ୍ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ବେଆଇନ ବାଣ ବିକିଲେ କଡ଼ା କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିସିପି କହିଛନ୍ତି।
ସେହିପରି ବାଣର ଶବ୍ଦ ୧୨୫ ଡେସିବିଲରୁ ଅଧିକ ହୋଇପାରିବ ନାହିଁ। ବଗିଚା, ପାର୍କ , ହସ୍ପିଟାଲ୍ , ଶିକ୍ଷାନୁଷ୍ଠାନ , କୋର୍ଟ, ମନ୍ଦିର ପାଖରେ ବାଣ ଫୁଟାଇବାକୁ ବାରଣ କରାଯାଇଛି । ଖୋଲା ଜାଗାରେ ବାଣ ଫୁଟାଇପାରିବେ। କିନ୍ତୁ ତାହା କେବଳ ସବୁଜ ବାଣ ହିଁ ହୋଇଥିବ । ଝୁମ୍ପୁଡ଼ି ଘର , ଦୋକାନ, ଅଗ୍ନି-ପ୍ରବଣ ସ୍ଥାନ, ରାସ୍ତା ଏବଂ ଅଧିକ ଯାତାୟାତ ସ୍ଥାନରେ ବାଣ ଫୁଟାଇବାକୁ ବର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ୧୦ ବର୍ଷରୁ କମ୍ ବୟସର ଶିଶୁମାନେ ଶବ୍ଦ-ସୃଷ୍ଟି କରୁଥିବା ବାଣ ଫୁଟାଇପାରିବେ ନାହିଁ। ବାଣ ଫୁଟାଇବା ସମୟରେ ସୁରକ୍ଷା ପ୍ରତି ଧ୍ୟାନ ଦେଇ ସୂତା ପୋଷାକ ପିନ୍ଧିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଏଥିରେ ଖିଲାପ କରିବେ, ସେମାନଙ୍କ ବିରୁଦ୍ଧରେ ଆଇନଗତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31