Indus Valley Times

୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ

 Breaking News

୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ

୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ
October 19
14:51 2025

ଭୁବନେଶ୍ୱର,୧୯/୧୦: ଛାତ୍ରୀମାନେ ବାର୍ଷିକ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଛନ୍ତି କି? କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି? ଯଦି ଆପଣ ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିବେ।
‘ସୁଭଦ୍ରା ଯୋଜନା’ର ଏହି ଗାଇଡ୍‌ଲାଇନ୍ ଅନୁଯାୟୀ ଅଯୋଗ୍ୟ ଚିହ୍ନଟ ଲାଗି ମହିଳା ଓ ଶିଶୁ କଲ୍ୟାଣ ବିଭାଗ ନିର୍ଦ୍ଦେଶିକା ମୋନିସା ବାନାର୍ଜୀ ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛନ୍ତି।
ଉକ୍ତ ପତ୍ରରେ ଉଲ୍ଲେଖ କରାଯାଇଛି ଯେ, ‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ। ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮,୦୦୦ ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ।
ଏହି ପରିପ୍ରେକ୍ଷୀରେ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ସେଥିରେ ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ କରାଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ।
ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଉକ୍ତ ପତ୍ରରେ ଉଲ୍ଲେଖ ରହିଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930