Indus Valley Times

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 Breaking News

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
October 20
11:14 2025

ଭୁବନେଶ୍ବର, ୨୦/୧୦ : ଆଲୋକର ପର୍ବ ପବିତ୍ର ଦୀପାବଳି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭିଡିଓ ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ଏକ ସୁରକ୍ଷିତ ଏବଂ ସବୁଜ ଦୀପାବଳି ପାଳନ ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୀପାବଳି ହେଉଛି ଆଲୋକ ଓ ଆନନ୍ଦର ପର୍ବ। ଜ୍ଞାନର ଆଲୋକ ମଣିଷକୁ ଅଜ୍ଞାନର ଅନ୍ଧକାର ଭିତରୁ ଉଦ୍ଧାର କରିଥାଏ। ନୂଆ ଆଶା, ନୂଆ ସ୍ବପ୍ନ ଓ ନୂଆ ଲକ୍ଷ୍ୟ ସହିତ ସୁନ୍ଦର ଓ ସମୃଦ୍ଧ ଭବିଷ୍ୟତକୁ ସ୍ବାଗତ କରିବା ପାଇଁ ଦୀପାବଳି ଉତ୍ସବ ଆମକୁ ପ୍ରେରଣା ଦେଇଥାଏ।
ଅସତ୍ୟ ଓ ଅନ୍ୟାୟର ଅନ୍ଧାରକୁ ଭେଦି ସତ୍ୟ ଓ ନ୍ୟାୟର ଆଲୁଅ ଜୀବନରେ ପରିପ୍ରକାଶ କରିଥାଏ। ଏହା ଆଶା, ବିଶ୍ବାସ ଓ ଦୃଢ଼ ପ୍ରତିବଦ୍ଧତାର ଆଲୋକିତ ଅନୁଭବର ଗଣ ପର୍ବ। ପ୍ରକୃତି ଓ ପରିବେଶକୁ ସମ୍ମାନ ଜଣାଇ ଚଳିତ ବର୍ଷ ଏକ ପ୍ରଦୂଷଣମୁକ୍ତ ସବୁଜ ଦୀପାବଳି ପାଳନ କରିବା। ଅହଂକାର ଓ ଦାନବୀୟ ପ୍ରକୃତିର ଅମାଅନ୍ଧକାର ଭିତରୁ ଦୟା, କ୍ଷମା, ପ୍ରେମ ଓ ମାନବିକତାକୁ ଆଲୁଅ ଦେଖାଇବା।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930