Indus Valley Times

ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଜଗନ୍ନାଥଙ୍କୁ ଏମିତି କହିଲେ ଶୁଭଙ୍କର ମିଶ୍ରା

 Breaking News

ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଜଗନ୍ନାଥଙ୍କୁ ଏମିତି କହିଲେ ଶୁଭଙ୍କର ମିଶ୍ରା

ଶ୍ରୀମନ୍ଦିର ଗଲେ ଭାଙ୍ଗିଯାଏ ପ୍ରେମ ସମ୍ପର୍କ; ଜଗନ୍ନାଥଙ୍କୁ ଏମିତି କହିଲେ ଶୁଭଙ୍କର ମିଶ୍ରା
November 28
18:55 2025

ପୁରୀ, ୨୮/୧୧: ଦେଶର ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆରେ ଭୁଲ୍ ଉପସ୍ଥାପନ କରିବାରୁ ସବୁରି ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ସେ ତାଙ୍କ ଏକ ପୋଷ୍ଟରେ ଏଭଳି ଏକ ଟିପ୍ପଣୀ ଦେଇ କହଛନ୍ତି ବିବାହ ପୂର୍ବରୁ ଯଦି ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଵେ ତେଵେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ ଏବଂ ତା ସହ ସେମାନେ କେବେ ବି ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ। କାରଣ ଶ୍ରୀମନ୍ଦିର ଉପରେ ମା ରାଧାରାଣୀଙ୍କ ଅଭିଶାପ ପଡିଛି।
ମା ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେତେବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ। ଏବଂ କହିଥିଲେ ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ରହିଛି। ଆପଣ ଭିତରକୁ ଆସିଲେ କିଭଳି। ଏକଥା ଶୁଣି ମା ରାଧାରାଣୀ ରାଗିଯାଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ।
ଶୁଭଙ୍କର ମିଶ୍ରଙ୍କ ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କ ପ୍ରତି ଏଭଳି ଭୁଲ୍ ଉପସ୍ଥାପନକୁ ନେଇ ପୁରୀରେ ଏହାକୁ ବିରୋଧ କରିବା ସହିତ ପ୍ରତିକ୍ରିୟା ପ୍ରକାଶ ପାଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930