Indus Valley Times

ଘଟଗାଁ ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

 Breaking News

ଘଟଗାଁ ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

December 07
18:45 2025

କେନ୍ଦୁଝର,୭/୧୨ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି।
ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହା ଛଡ଼ା ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ।
ବହୁ ପ୍ରତୀକ୍ଷିତ ମା’ ତାରିଣୀ ପୀଠର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଉତ୍ସବରେ ଯୋଗ ଦେବା ସହ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ଭାଷଣ ଶୁଣିବାକୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031