Indus Valley Times

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

 Breaking News

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
January 12
18:40 2026

ଭୁବନେଶ୍ୱର,୧୨/୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଆଜି ରାଜ୍ୟ ସଡକ ପରିବହନ ନିଗମ ପକ୍ଷରୁ ୪୬ କୋଟି ଟଙ୍କା ମୂଲ୍ୟର ୧୦୦ଟି ନୂତନ ଈଝ-୬ ମାନର ଆଧୁନିକ ବସ ଚଳାଚଳର ଶୁଭାରମ୍ଭ କରାଯାଇଛି। ନିଗମର ପୁରୁଣା ବସ ବଦଳରେ ଏହି ସବୁ ପରିବେଶ ଅନୁକୂଳ ଅତ୍ୟାଧୁନିକ ନୂଆ ବସ କିଣାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରିବହନ ନିଗମ ପକ୍ଷରୁ ପରିଚାଳିତ ବସଗୁଡିକ ପାଇଁ ‘Closed Loop Smart Transit Card’ ବା ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଡ ବ୍ୟବହାର କରି ଯାତ୍ରୀମାନେ କ୍ୟାସଲେସ ଟିକେଟ କାଟି ସୁବିଧାରେ ଯାତ୍ରା କରିପାରିବେ।
ଏହି ଅବସରରେ ବ୍ରହ୍ମପୁର ଠାରେ CRUTପକ୍ଷରୁ ନିର୍ମିତ ହୋଇଥିବା ଏକ ଅତ୍ୟାଧୁନିକ ବସ ଡିପୋରୁ ୨୫ଟି ନୂତନ ଇ-ବସ ଚଳାଚଳର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଧୁନିକ ପ୍ରଣାଳୀରେ ର୍ନିମିତ ଏହି ଡିପୋ ବ୍ରହ୍ମପୁର ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଇ-ବସ ପରିଚାଳନା କରିବ।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31