Indus Valley Times

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

 Breaking News

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଜପତି : ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ
January 13
07:14 2026

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୩/୧ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ରାଗିଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇ ସମାଧାନ କରିଥିଲେ ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ରାଗିଡି ଗ୍ରାମ ପଞ୍ଚାୟତ ସମେତ , ଗୁମ୍ମା , ତରଭା , ବଡ଼ କଳାକୋଟ ଓ ଡୁମ୍ବାଡ଼ ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୧୦୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା – ୭୧ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୩୦ ଗୋଟି ଅଭିଯୋଗ ଆସିଥିଲା ।
ସେଥିମଧ୍ୟରୁ ତିନି ଜଣଙ୍କୁ ରେଡ୍ କ୍ରସ୍ ପାଣ୍ଠିରୁ ୮୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରା ଯାଇଥିବା ବେଳେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୧୦ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରାଯାଇଛି।
ସେହିଭଳି ଜଣକୁ ଜାତୀୟ ପରିବାର ମଙ୍ଗଳ ଯୋଜନାରେ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବା ସହ ଜଣଙ୍କୁ ଦିବ୍ୟାଙ୍ଗ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ଲକ୍ଷ ୫୦ ହଜାର ଟଙ୍କା ଦିଆଯାଇଛି ।
ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ , ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଦୁଲାରାମ ମାରାଣ୍ଡି , ଏସିଏଫ୍ଓ ପାରଳାଖେମୁଣ୍ଡି ଶ୍ରୀମତୀ ସାଇନ ଶ୍ରୀ ଦାଶ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା: ମହମ୍ମଦ ମୁବାରକ ଅଲ୍ଲୀ ଏବଂ ତହସିଲଦାରଙ୍କ ସମେତ ସ୍ଥାନୀୟ ସମସ୍ତ ଜନପ୍ରତିନିଧି ଓ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031