Indus Valley Times

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

 Breaking News

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା

ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
January 13
17:54 2026

ଭୁବନେଶ୍ୱର, ୧୩/୧: ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ତ୍ରୀଙ୍କ କହିବାନୁଯାୟୀ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି।
ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ।
ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି।
ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ। ମିଳିଥିବା ସୂଚନା ଅନୁସାରେ, ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ସେହିଭଳି ଆସନ୍ତା ଅନ୍ତର୍ଜାତୀୟ ମହିଳା ଦିବସ ମାର୍ଚ୍ଚ ୮ରେ ଚତୁର୍ଥ କିସ୍ତି ପ୍ରଦାନ କରାଯିବ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930