Indus Valley Times

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ , ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଫୁଲବାଣୀ ବିଜୟୀ

 Breaking News

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ , ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଫୁଲବାଣୀ ବିଜୟୀ

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ , ଦ୍ୱିତୀୟ ସେମି ଫାଇନାଲ ମ୍ୟାଚରେ ଫୁଲବାଣୀ ବିଜୟୀ
February 10
09:49 2026

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା ,୧୦/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ- ୨୦୨୬ ର ଦ୍ୱିତୀୟ ସେମି ଫାଇନାଲ ମ୍ୟାଚ ଯୁନାଇଟେଡ଼ ସ୍ପୋର୍ଟ୍ସ କ୍ଲବ ବରଗଡ଼ ସହ ଜେ.ଡି. କ୍ଲବ-ଫୁଲବାଣୀ ର ଆକର୍ଷଣୀୟ ମ୍ୟାଚ ଅନୁଷ୍ଠିତ ହୋଇ ୩-୨ ଗୋଲରେ ଫୁଲବାଣୀ ଦଳ ବିଜୟୀ ହୋଇ ଫାଇନାଲ ରେ ବରଗଡ଼ ସହ ମୁକାବିଲା କରିବ ।
ଏଥିରେ ଉପଦେଷ୍ଟା ଶେଖ ସାଦିକ, ଉପ ସଭାପତି ସତ୍ୟ ନାରାୟଣ ପାଢ଼ୀ, ସମ୍ପାଦକ ସୁଶାନ୍ତ କୁମାର ଦାସ ପ୍ରମୁଖ ଉପସ୍ଥିତ ରହି ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ପ୍ରଥମ ସଟ ଦେଇ ଖେଳ କୁ ଉଦଘାଟନ କରିଥିଲେ ।
ଏଥିରେ ମ୍ୟାନ ଅଫ ଦି ମ୍ୟାଚ ଭାବେ ଫୁଲବାଣୀ ଦଳର ଖେଳାଳୀ ବାବୁ କହଁର ଙ୍କୁ ଘୋଷଣା କରାଯାଇଥିଲା କ୍ଷ ରବିବାର ର ଏହି ଖେଳ କୁ ମୁଖ୍ୟ ରେଫେରୀ ଭାବେ ଏମ.ଡି. ଶେଖ ଉଦିନ, ବିଶ୍ଵନାଥ କହଁର, ଶମ୍ଭୁ ନାଥ ମଲ୍ଲିକ, ଓ କାମାକ୍ଷା ପ୍ରସାଦ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଖେଳ ପରିଚାଳନା କରିଥିଲେ ।
୧୦ ତାରିଖ ସବୁଠାରୁ ଆକର୍ଷଣୀୟ ମହିଳା ଫୁଟବଲ ମ୍ୟାଚ ବରଗଡ଼ ସହ ଭୁବନେଶ୍ୱର ମଧ୍ୟରେ କଡା ମୁକାବିଲା ର ଖେଳ ଅନୁଷ୍ଠିତ ହେବ ।
ଏହି ରାଜ୍ୟ ସ୍ତରୀୟ ଫୁଟବଲ ମ୍ୟାଚ ଚଳିତ ମାସ ୧୧ ତାରିଖ ଦିନ ଫାଇନାଲ ଖେଳତଥା ଉଦଯାପନୀ ଉତ୍ସବରେ ରାଜ୍ୟର ବହୁ ଗଣ୍ୟମାନ୍ୟ ଜନ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ଏଥିରେ ଉପଦେଷ୍ଟା ମଣ୍ଡଳୀ ର ଦେବବ୍ରତ ସିଂ ଦେଓ, ସୁରେନ୍ଦ୍ର କୁମାର ପାତ୍ର, ଯୁଗ୍ମ ସମ୍ପାଦକ ମାନସ ରଞ୍ଜନ ଆଚାର୍ଯ୍ୟ ଓ କୋଷାଧ୍ୟକ୍ଷ ରଞ୍ଜିତ କୁମାର ମହାନ୍ତି, କ୍ରୀଡା ସମ୍ପାଦକ ଶିବାନନ୍ଦ ପଟ୍ଟନାୟକ,ଗଙ୍ଗାଧର ପଣ୍ଡା, ପ୍ରଶାନ୍ତ କୁମାର ସାହୁ, କ୍ରୀଡା ଆୟୋଜକ ଉପଦେଷ୍ଟା ମଣ୍ଡଳୀ ର ସମସ୍ତ ସଦସ୍ୟ ଖେଳ ଆରମ୍ଭ ରୁ ଶେଷ ପର୍ଯ୍ୟନ୍ତ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ ।
ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ
ବାଲିଗୁଡା, ୧୦/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (କେ ଜି ବି ଭି)ର ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।
ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ରେଣୁକାବତୀ ସାହାଣୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ସୁଜିତ କୁମାର ପାତ୍ର, ଜଳନ୍ଧର ପାତ୍ର, ମାନସ ରଞ୍ଜନ ଆମାୟତ ମୃତ୍ୟୁଞ୍ଜୟ ପ୍ରଧାନୀ, ସି ଆର ସି ଗାୟତ୍ରୀ ପାଳ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ ବୋଲି କହିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ସହକାରୀ ଶିକ୍ଷକ ଦୟାନିଧି ମହାରଣା ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା।
ସମସ୍ତ କାର୍ଯ୍ୟରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।
ମହିଳାଙ୍କ ସ୍ବାବଲମ୍ବୀ ଉଦେଶ୍ୟରେ ବାଲିଗୁଡାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ
ବାଲିଗୁଡା, ୧୦/୨ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଦଣ୍ଡପଦର ସ୍ଥିତ ଯାତ୍ରା ପଡ଼ିଆ ଠାରେ ସୁଭଦ୍ରା ଶକ୍ତି ମେଳା ଚଳିତ ମାସ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।
ଏ ନେଇ ପ୍ରଥମ ଦିନରେ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପ୍ରଥମେ ଜଗତର ଜଗନ୍ନାଥଙ୍କ ନିକଟରେ ଦୀପ ଧୂପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ମେଳାର ଶୁଭାରମ୍ଭ କରିବା ସହ ଉପସ୍ଥିତ ଦର୍ଶକ ଓ ମହିଳା ଉଦ୍ୟୋଗୀ ମାନଙ୍କୁ ଏହି ମେଳାର ଉଦେଶ୍ୟ ଓ ମହିଳା ମାନଙ୍କର ଆର୍ଥିକ ସ୍ୱାବଲମ୍ବୀ ଓ ସ୍ୱଦେଶୀ ଉତ୍ପାଦକୁ ପ୍ରୋତ୍ସାହନ ଉଦେଶ୍ୟରେ ଏହି ମେଳା ଅନୁଷ୍ଠିତ ହେଉଥିବା ବେଳେ ମହିଳାମାନେ କିପରି ସ୍ବାବଲମ୍ବୀ ହୋଇ ସମାଜରେ ନିଜର ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିବେ ସେନେଇ ଆଲୋକପାତ କରିଥିଲେ ।
ଏହି ସୁଭଦ୍ରା ଶକ୍ତି ମେଳା ନାରୀ ସଶକ୍ତିକରଣରେ ମୁଖ୍ୟ ଭୂମିକା ଗ୍ରହଣ କରିବ, କିଭଳି ଆଗାମୀଦିନରେ ଲକ୍ଷପତି ଦିଦି ହେବା ପାଇଁ ଉଦ୍ୟମ କରିବେ ସେଥିପାଇଁ ସରକାରଙ୍କ ପକ୍ଷରୁ ଏହି ପ୍ରୟାସ ବୋଲି କହିଛନ୍ତି ଜିଲ୍ଲାପାଳ ।
ଏହି କାର‌୍ୟ୍ୟକ୍ରମରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଜିଲ୍ଲା ପ୍ରକଳ୍ପ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣୀତା ଦାସ , ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ସମେତ ଜିଲ୍ଲା ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତି ଥିଲେ ।
୭ ଦିନ ଧରି ଚାଲିବାକୁ ଥିବା ଏହି ମେଳା ରେ ଜିଲ୍ଲା ତଥା ଜିଲ୍ଲା ବାହାରର ଶତାଧିକ ସ୍ୱୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ବିଭିନ୍ନ ମହିଳା ଉଦ୍ୟୋଗୀ ମାନେ ଅଂଶଗ୍ରହଣ କରି ସରକାରଙ୍କ ଯୋଜନା ମାଧ୍ୟମରେ ଉପକୃତ ହେବେ । ପ୍ରତି ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031